14ପୁଣି, ବାତ୍ ସମ୍ବନ୍ଧୀୟ ତୈଳର ନିରୂପିତ ଅଂଶ କୋରରୁ ଏକ ବାତ୍ର ଦଶମାଂଶ ହେବ, କୋର ଦଶ ବାତ୍, ଅର୍ଥାତ୍, ଏକ ହୋମର; କାରଣ ଦଶ ବାତ୍ରେ ଏକ ହୋମର ହୁଏ;
15ଆଉ, ଇସ୍ରାଏଲର ଉତ୍ତମ ଚରାଣୀ ସ୍ଥାନରୁ ପଲର ଦୁଇ ଶହ ମେଷ ମଧ୍ୟରୁ ଏକ ମେଷ (ନେବ); ତାହା ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ଭକ୍ଷ୍ୟ ନୈବେଦ୍ୟ, ହୋମବଳି ଓ ମଙ୍ଗଳାର୍ଥକ ବଳି ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
16ଦେଶର ସମସ୍ତ ଲୋକ ଇସ୍ରାଏଲର ଅଧିପତିର ଏହି ଉପହାର ନିମନ୍ତେ ଦେବେ।
17ପୁଣି, ପର୍ବାଦିରେ, ଅମାବାସ୍ୟାରେ ଓ ବିଶ୍ରାମବାର ସକଳରେ, ଇସ୍ରାଏଲ ବଂଶର ସକଳ ନିରୂପିତ ପର୍ବ ସମୟରେ ହୋମବଳି, ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ଉତ୍ସର୍ଗ କରିବାର ଅଧିପତିର ବାଣ୍ଟ ହେବ; ସେ ଇସ୍ରାଏଲ ବଂଶ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ଓ ଭକ୍ଷ୍ୟ ନୈବେଦ୍ୟ, ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ।
18ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ପ୍ରଥମ ମାସର ପ୍ରଥମ ଦିନ ତୁମ୍ଭେ ଏକ ନିର୍ଦ୍ଦୋଷ ଗୋବତ୍ସ ନେଇ ପବିତ୍ର ସ୍ଥାନ ଶୁଚି କରିବ।