ଯିହିଜିକଲ 45

ଆଉ, ଯେ ପ୍ରତ୍ୟେକ ଲୋକ ଭ୍ରାନ୍ତିରେ କୌଣସି କାର୍ଯ୍ୟ କରେ, ତାହାର ପାଇଁ ଓ ଯେଉଁ ଲୋକ ଅସତର୍କ, ତାହାର ପାଇଁ ତୁମ୍ଭେ ମାସର ସପ୍ତମ ଦିନରେ ଏହି ପ୍ରକାର କରିବ; ଏରୂପେ ତୁମ୍ଭେମାନେ ଗୃହ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।

Ezekiel 45:20 (UKJV) And so you shall do the seventh day of the month for every one that errs, and for him that is simple: so shall all of you reconcile the house.

18ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ପ୍ରଥମ ମାସର ପ୍ରଥମ ଦିନ ତୁମ୍ଭେ ଏକ ନିର୍ଦ୍ଦୋଷ ଗୋବତ୍ସ ନେଇ ପବିତ୍ର ସ୍ଥାନ ଶୁଚି କରିବ।

19ପୁଣି, ଯାଜକ ପାପାର୍ଥକ ବଳିର ରକ୍ତରୁ କିଛି ନେଇ ଗୃହର ଚୌକାଠମାନର ଉପରେ ଓ ଯଜ୍ଞବେଦି ଥାକର ଚାରି କୋଣର ଉପରେ, ଆଉ ଭିତର ପ୍ରାଙ୍ଗଣର ଦ୍ୱାର ଚୌକାଠର ଉପରେ ଲଗାଇବ।

20ଆଉ, ଯେ ପ୍ରତ୍ୟେକ ଲୋକ ଭ୍ରାନ୍ତିରେ କୌଣସି କାର୍ଯ୍ୟ କରେ, ତାହାର ପାଇଁ ଓ ଯେଉଁ ଲୋକ ଅସତର୍କ, ତାହାର ପାଇଁ ତୁମ୍ଭେ ମାସର ସପ୍ତମ ଦିନରେ ଏହି ପ୍ରକାର କରିବ; ଏରୂପେ ତୁମ୍ଭେମାନେ ଗୃହ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।

21ପ୍ରଥମ ମାସର ଚତୁର୍ଦ୍ଦଶ ଦିନ ତୁମ୍ଭମାନଙ୍କ ନିସ୍ତାର ପର୍ବ ହେବ, ତାହା ସାତ ଦିନର ପର୍ବ ହେବ; ତାଡ଼ିଶୂନ୍ୟ ରୁଟି ଭୋଜନ କରାଯିବ।

22ପୁଣି, ସେହି ଦିନ ଅଧିପତି ଆପଣା ନିମନ୍ତେ ଓ ଦେଶସ୍ଥ ସକଳ ଲୋକଙ୍କ ନିମନ୍ତେ ପାପାର୍ଥକ ବଳି ରୂପେ ଏକ ବୃଷ ଉତ୍ସର୍ଗ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.