20ଆଉ, ଯେ ପ୍ରତ୍ୟେକ ଲୋକ ଭ୍ରାନ୍ତିରେ କୌଣସି କାର୍ଯ୍ୟ କରେ, ତାହାର ପାଇଁ ଓ ଯେଉଁ ଲୋକ ଅସତର୍କ, ତାହାର ପାଇଁ ତୁମ୍ଭେ ମାସର ସପ୍ତମ ଦିନରେ ଏହି ପ୍ରକାର କରିବ; ଏରୂପେ ତୁମ୍ଭେମାନେ ଗୃହ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।
21ପ୍ରଥମ ମାସର ଚତୁର୍ଦ୍ଦଶ ଦିନ ତୁମ୍ଭମାନଙ୍କ ନିସ୍ତାର ପର୍ବ ହେବ, ତାହା ସାତ ଦିନର ପର୍ବ ହେବ; ତାଡ଼ିଶୂନ୍ୟ ରୁଟି ଭୋଜନ କରାଯିବ।
22ପୁଣି, ସେହି ଦିନ ଅଧିପତି ଆପଣା ନିମନ୍ତେ ଓ ଦେଶସ୍ଥ ସକଳ ଲୋକଙ୍କ ନିମନ୍ତେ ପାପାର୍ଥକ ବଳି ରୂପେ ଏକ ବୃଷ ଉତ୍ସର୍ଗ କରିବେ।
23ଆଉ, ପର୍ବର ସାତ ଦିନ ପର୍ଯ୍ୟନ୍ତ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବେ, ସାତ ଦିନ ପର୍ଯ୍ୟନ୍ତ ପ୍ରତିଦିନ ନିର୍ଦ୍ଦୋଷ ସାତ ବୃଷ ଓ ସାତ ମେଷ, ଆଉ ପାପାର୍ଥକ ବଳି ରୂପେ ପ୍ରତିଦିନ ଏକ ଛାଗ ଉତ୍ସର୍ଗ କରିବେ।
24ପୁଣି, ସେ ଏକ ଏକ ବୃଷ ସଙ୍ଗେ ଏକ ଏକ ଐଫା, ଏକ ଏକ ମେଷ ସଙ୍ଗେ ଏକ ଏକ ଐଫା ଓ ପ୍ରତ୍ୟେକ ଐଫା ସଙ୍ଗେ ଏକ ଏକ ହୀନ୍ ତୈଳର ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବେ।