3ଆଉ, ଏହି ପରିମିତ ଅଂଶରୁ ତୁମ୍ଭେ ପଚିଶ ହଜାର ଦଣ୍ଡ ଦୀର୍ଘ ଓ ଦଶ ହଜାର ଦଣ୍ଡ ପ୍ରସ୍ଥ ଭୂମି ମାପିବ; ପୁଣି, ତହିଁ ମଧ୍ୟରେ ଧର୍ମଧାମ, ମହାପବିତ୍ର ସ୍ଥାନ ହେବ।
4ଦେଶର ଏହି ଅଂଶ ପବିତ୍ର ଅଟେ; ଯେଉଁ ଯାଜକମାନେ, ପବିତ୍ର ସ୍ଥାନର ପରିଚାରକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ପାଇଁ ନିକଟକୁ ଆସନ୍ତି, ଏହି ସ୍ଥାନ ସେମାନଙ୍କର ହେବ ଓ ଏହା ସେମାନଙ୍କ ଗୃହ ନିର୍ମାଣର ସ୍ଥାନ ଓ ଧର୍ମଧାମର ନିମନ୍ତେ ପବିତ୍ର ସ୍ଥାନ ହେବ।
5ପୁଣି, ପଚିଶ ହଜାର ଦଣ୍ଡ ଦୀର୍ଘ ଓ ଦଶ ହଜାର ଦଣ୍ଡ ପ୍ରସ୍ଥ ଭୂମି କୋଡ଼ିଏ କୋଠରି ସକାଶୁ ଗୃହର ପରିଚାରକ ଲେବୀୟମାନଙ୍କର ଅଧିକାରର୍ଥେ ହେବ।
6ଆଉ, ନଗରର ଅଧିକାର ନିମନ୍ତେ ତୁମ୍ଭେମାନେ ପବିତ୍ର ଉପହାର ରୂପ ଅଂଶର ପାଖେ ପାଖେ ପାଞ୍ଚ ହଜାର ଦଣ୍ଡ ପ୍ରସ୍ଥ ଓ ପଚିଶ ହଜାର ଦଣ୍ଡ ଦୀର୍ଘ ଭୂମି ନିରୂପଣ କରିବ; ତାହା ସମୁଦାୟ ଇସ୍ରାଏଲ ବଂଶର ନିମନ୍ତେ ହେବ।
7ପୁଣି, ଅଧିପତିର ନିମନ୍ତେ ଯାହା ହେବ, ସେ ଭୂମି ପବିତ୍ର ଉପହାର ଓ ନଗର ଅଧିକାର ଭୂମିର ଏପାଖରେ ଓ ସେପାଖରେ ରହିବ, ତାହା ପବିତ୍ର ଉପହାରର ଓ ନଗର ଅଧିକାରର ସମ୍ମୁଖବର୍ତ୍ତୀ ହୋଇ ପଶ୍ଚିମ ପାର୍ଶ୍ୱରେ ପଶ୍ଚିମ ପ୍ରତି ଓ ପୂର୍ବ ପାର୍ଶ୍ୱରେ ପୂର୍ବ ପ୍ରତି ବିସ୍ତୃତ ହେବ; ଆଉ, ତାହା ଦୀର୍ଘତାରେ ପଶ୍ଚିମ ସୀମାଠାରୁ ପୂର୍ବ ସୀମା ପର୍ଯ୍ୟନ୍ତ ଅଂଶମାନର ମଧ୍ୟରୁ ଏକ ଅଂଶର ସମାନ ହେବ।