ଯିହିଜିକଲ 46

ପୁଣି, ତୁମ୍ଭେ ପ୍ରତିଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ଏକ ବର୍ଷୀୟ ନିର୍ଦ୍ଦୋଷ ଏକ ମେଷଶାବକ ଉତ୍ସର୍ଗ କରିବ; ପ୍ରତି ପ୍ରଭାତ ତୁମ୍ଭେ ତାହା ଉତ୍ସର୍ଗ କରିବ।

Ezekiel 46:13 (UKJV) You shall daily prepare a burnt offering unto the LORD of a lamb of the first year without blemish: you shall prepare it every morning.

11ଆଉ, ପର୍ବ ଓ ଉତ୍ସବାଦି ସମୟରେ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଗୋବତ୍ସ ସଙ୍ଗେ ଏକ ଐଫା ଓ ଏକ ମେଷ ସଙ୍ଗେ ଏକ ଐଫା, ଆଉ ମେଷଶାବକମାନଙ୍କ ସଙ୍ଗେ ସେ ଆପଣା ଶକ୍ତି ଅନୁସାରେ ଓ ଏକ ଏକ ଐଫା ସଙ୍ଗେ ଏକ ଏକ ହିନ୍‍ ତୈଳ ଦେବେ।

12ପୁଣି, ଅଧିପତି ଯେତେବେଳେ ସ୍ଵେଚ୍ଛାଦତ୍ତ ଉପହାର, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଅବା ମଙ୍ଗଳାର୍ଥକ ବଳି ସ୍ଵେଚ୍ଛାଦତ୍ତ ଉପହାର ରୂପେ ଉତ୍ସର୍ଗ କରିବେ, ସେତେବେଳେ ତାଙ୍କ ପାଇଁ ପୂର୍ବାଭିମୁଖ ଦ୍ୱାର ଫିଟାଯିବ, ଆଉ ସେ ବିଶ୍ରାମ ଦିନରେ ଯେପରି କରନ୍ତି, ସେହିପରି ଆପଣା ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ। ତହୁଁ ସେ ବାହାରି ଯିବେ ଓ ବାହାରିଗଲା ଉତ୍ତାରେ ଦ୍ୱାର ବନ୍ଦ କରାଯିବ।

13ପୁଣି, ତୁମ୍ଭେ ପ୍ରତିଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ଏକ ବର୍ଷୀୟ ନିର୍ଦ୍ଦୋଷ ଏକ ମେଷଶାବକ ଉତ୍ସର୍ଗ କରିବ; ପ୍ରତି ପ୍ରଭାତ ତୁମ୍ଭେ ତାହା ଉତ୍ସର୍ଗ କରିବ।

14ଆଉ, ତହିଁ ସଙ୍ଗେ ତୁମ୍ଭେ ପ୍ରତି ପ୍ରଭାତ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଐଫାର ଷଷ୍ଠାଂଶ ଓ ସରୁ ମଇଦାକୁ ତିନ୍ତାଇବା ପାଇଁ ଏକ ହିନ୍‍ର ତୃତୀୟାଂଶ ତୈଳ ଉତ୍ସର୍ଗ କରିବ; ଏହା ନିତ୍ୟସ୍ଥାୟୀ ବିଧି ଅନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଚିରକାଳୀନ ଭକ୍ଷ୍ୟ ନୈବେଦ୍ୟ ଅଟେ।

15ଏହିରୂପେ ଲୋକମାନେ ନିତ୍ୟ ହୋମବଳି ରୂପେ ପ୍ରତି ପ୍ରଭାତ ମେଷ, ଭକ୍ଷ୍ୟ ନୈବେଦ୍ୟ ଓ ତୈଳ ଉତ୍ସର୍ଗ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.