14ଆଉ, ତହିଁ ସଙ୍ଗେ ତୁମ୍ଭେ ପ୍ରତି ପ୍ରଭାତ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଐଫାର ଷଷ୍ଠାଂଶ ଓ ସରୁ ମଇଦାକୁ ତିନ୍ତାଇବା ପାଇଁ ଏକ ହିନ୍ର ତୃତୀୟାଂଶ ତୈଳ ଉତ୍ସର୍ଗ କରିବ; ଏହା ନିତ୍ୟସ୍ଥାୟୀ ବିଧି ଅନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଚିରକାଳୀନ ଭକ୍ଷ୍ୟ ନୈବେଦ୍ୟ ଅଟେ।
15ଏହିରୂପେ ଲୋକମାନେ ନିତ୍ୟ ହୋମବଳି ରୂପେ ପ୍ରତି ପ୍ରଭାତ ମେଷ, ଭକ୍ଷ୍ୟ ନୈବେଦ୍ୟ ଓ ତୈଳ ଉତ୍ସର୍ଗ କରିବେ।
16ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଅଧିପତି ଯଦି ଆପଣା ପୁତ୍ରଗଣ ମଧ୍ୟରୁ କାହାକୁ କିଛି ଦାନ କରନ୍ତି, ତେବେ ତାହା ତାଙ୍କ ଉତ୍ତରାଧିକାର, ତାହା ତାଙ୍କ ପୁତ୍ରଗଣର ହେବ; ସେମାନେ ଉତ୍ତରାଧିକାର କ୍ରମେ ତାହା ଭୋଗ କରିବେ।
17ମାତ୍ର ସେ ଯଦି ଆପଣାର ଦାସମାନଙ୍କ ମଧ୍ୟରୁ ଜଣକୁ ଆପଣା ଉତ୍ତରାଧିକାରରୁ କିଛି ଦାନ କରନ୍ତି, ତେବେ ତାହା ମୁକ୍ତି ବର୍ଷ ପର୍ଯ୍ୟନ୍ତ ତାହାର ହେବ; ତହିଁ ଉତ୍ତାରେ ତାହା ଅଧିପତିଙ୍କର ହେବ; ତାଙ୍କ ଉତ୍ତରାଧିକାରୀତ୍ତ୍ୱ କେବଳ ତାଙ୍କ ପୁତ୍ରଗଣର ହେବ।
18ଆହୁରି, ଅଧିପତି ଲୋକମାନଙ୍କୁ ସେମାନଙ୍କ ଅଧିକାରରୁ ଚ୍ୟୁତ କରିବା ନିମନ୍ତେ ସେମାନଙ୍କ ଉତ୍ତରାଧିକାର ହରଣ କରିବେ ନାହିଁ; ଆମ୍ଭର ଲୋକମାନେ ଆପଣା ଆପଣା ଅଧିକାରରୁ ଯେପରି ଛିନ୍ନଭିନ୍ନ ହୋଇ ନ ଯାʼନ୍ତି, ଏଥିପାଇଁ ସେ ଆପଣା ଅଧିକାର ମଧ୍ୟରୁ ଆପଣା ପୁତ୍ରମାନଙ୍କୁ ଉତ୍ତରାଧିକାର ଦାନ କରିବେ।”