17ମାତ୍ର ସେ ଯଦି ଆପଣାର ଦାସମାନଙ୍କ ମଧ୍ୟରୁ ଜଣକୁ ଆପଣା ଉତ୍ତରାଧିକାରରୁ କିଛି ଦାନ କରନ୍ତି, ତେବେ ତାହା ମୁକ୍ତି ବର୍ଷ ପର୍ଯ୍ୟନ୍ତ ତାହାର ହେବ; ତହିଁ ଉତ୍ତାରେ ତାହା ଅଧିପତିଙ୍କର ହେବ; ତାଙ୍କ ଉତ୍ତରାଧିକାରୀତ୍ତ୍ୱ କେବଳ ତାଙ୍କ ପୁତ୍ରଗଣର ହେବ।
18ଆହୁରି, ଅଧିପତି ଲୋକମାନଙ୍କୁ ସେମାନଙ୍କ ଅଧିକାରରୁ ଚ୍ୟୁତ କରିବା ନିମନ୍ତେ ସେମାନଙ୍କ ଉତ୍ତରାଧିକାର ହରଣ କରିବେ ନାହିଁ; ଆମ୍ଭର ଲୋକମାନେ ଆପଣା ଆପଣା ଅଧିକାରରୁ ଯେପରି ଛିନ୍ନଭିନ୍ନ ହୋଇ ନ ଯାʼନ୍ତି, ଏଥିପାଇଁ ସେ ଆପଣା ଅଧିକାର ମଧ୍ୟରୁ ଆପଣା ପୁତ୍ରମାନଙ୍କୁ ଉତ୍ତରାଧିକାର ଦାନ କରିବେ।”
19ଏଉତ୍ତାରେ ସେ ଦ୍ୱାର ପାର୍ଶ୍ୱସ୍ଥ ପ୍ରବେଶ ପଥ ଦେଇ ମୋତେ ଯାଜକମାନଙ୍କର ଉତ୍ତରାଭିମୁଖ ପବିତ୍ର କୋଠରି-ଶ୍ରେଣୀକୁ ଆଣିଲେ; ଆଉ ଦେଖ, ସେଠାରେ ପଶ୍ଚିମ ଦିଗର ପଶ୍ଚାତ ଭାଗରେ ଏକ ସ୍ଥାନ ଥିଲା।
20ପୁଣି, ସେ ମୋତେ କହିଲେ, “ଏହି ସ୍ଥାନରେ ଯାଜକମାନେ ଦୋଷାର୍ଥକ ବଳି, ପାପାର୍ଥକ ବଳି ସିଦ୍ଧ କରିବେ ଓ ଭକ୍ଷ୍ୟ ନୈବେଦ୍ୟ ପାକ କରିବେ; ସେମାନେ ଲୋକମାନଙ୍କୁ ଶୁଚି କରିବା ନିମନ୍ତେ ବାହାର ପ୍ରାଙ୍ଗଣକୁ ତାହାସବୁ ଆଣିବେ ନାହିଁ।”
21ଏଉତ୍ତାରେ ସେ ମୋତେ ବାହାର ପ୍ରାଙ୍ଗଣକୁ ଆଣି ସେହି ପ୍ରାଙ୍ଗଣର ଚାରି କୋଣ ଦେଇ ଗମନ କରାଇଲେ; ଆଉ ଦେଖ, ସେହି ପ୍ରାଙ୍ଗଣର ପ୍ରତ୍ୟେକ କୋଣରେ ଗୋଟିଏ ଗୋଟିଏ ପ୍ରାଙ୍ଗଣ ଥିଲା।