19ଏଉତ୍ତାରେ ସେ ଦ୍ୱାର ପାର୍ଶ୍ୱସ୍ଥ ପ୍ରବେଶ ପଥ ଦେଇ ମୋତେ ଯାଜକମାନଙ୍କର ଉତ୍ତରାଭିମୁଖ ପବିତ୍ର କୋଠରି-ଶ୍ରେଣୀକୁ ଆଣିଲେ; ଆଉ ଦେଖ, ସେଠାରେ ପଶ୍ଚିମ ଦିଗର ପଶ୍ଚାତ ଭାଗରେ ଏକ ସ୍ଥାନ ଥିଲା।
20ପୁଣି, ସେ ମୋତେ କହିଲେ, “ଏହି ସ୍ଥାନରେ ଯାଜକମାନେ ଦୋଷାର୍ଥକ ବଳି, ପାପାର୍ଥକ ବଳି ସିଦ୍ଧ କରିବେ ଓ ଭକ୍ଷ୍ୟ ନୈବେଦ୍ୟ ପାକ କରିବେ; ସେମାନେ ଲୋକମାନଙ୍କୁ ଶୁଚି କରିବା ନିମନ୍ତେ ବାହାର ପ୍ରାଙ୍ଗଣକୁ ତାହାସବୁ ଆଣିବେ ନାହିଁ।”
21ଏଉତ୍ତାରେ ସେ ମୋତେ ବାହାର ପ୍ରାଙ୍ଗଣକୁ ଆଣି ସେହି ପ୍ରାଙ୍ଗଣର ଚାରି କୋଣ ଦେଇ ଗମନ କରାଇଲେ; ଆଉ ଦେଖ, ସେହି ପ୍ରାଙ୍ଗଣର ପ୍ରତ୍ୟେକ କୋଣରେ ଗୋଟିଏ ଗୋଟିଏ ପ୍ରାଙ୍ଗଣ ଥିଲା।
22ପ୍ରାଙ୍ଗଣର ଚାରି କୋଣରେ ଚାଳିଶ ହାତ ଦୀର୍ଘ ଓ ତିରିଶ ହାତ ପ୍ରସ୍ଥ ପ୍ରାଚୀର-ବେଷ୍ଟିତ ଏକ ଏକ ପ୍ରାଙ୍ଗଣ ଥିଲା; କୋଣମାନର ଏହି ଚାରି ପ୍ରାଙ୍ଗଣର ସମାନ ମାପ ଥିଲା।
23ପୁଣି, ସେହି ଚାରିର ଭିତରେ ଚାରିଆଡ଼େ ଏକ ଏକ ଧାଡ଼ି ଗାନ୍ଥୁନୀ ଥିଲା, ଆଉ ସେହି ସବୁ ଧାଡ଼ିର ତଳେ ଚାରିଆଡ଼େ ପାକ ସ୍ଥାନ ନିର୍ମିତ ହୋଇଥିଲା।