ଯିହିଜିକଲ 46

ଆଉ, ଭକ୍ଷ୍ୟ ନୈବେଦ୍ୟ ରୂପେ ମେଷ ସଙ୍ଗେ ଏକ ଐଫା ଦେବେ ଓ ମେଷଶାବକମାନଙ୍କ ସଙ୍ଗେ ସେ ଆପଣା ଶକ୍ତି ଅନୁସାରେ ଭକ୍ଷ୍ୟ ନୈବେଦ୍ୟ ଦେବେ, ପୁଣି ଏକ ଏକ ଐଫା ପାଇଁ ଏକ ଏକ ହିନ୍‍ ତୈଳ ଦେବେ।

Ezekiel 46:5 (UKJV) And the food offering shall be an ephah for a ram, and the food offering for the lambs as he shall be able to give, and an hin of oil to an ephah.

3ଆଉ, ଦେଶର ଲୋକମାନେ ବିଶ୍ରାମବାରରେ ଓ ଅମାବାସ୍ୟାରେ ସେହି ଦ୍ୱାର-ପ୍ରବେଶ ସ୍ଥାନ ନିକଟରେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରଣାମ କରିବେ।

4ପୁଣି, ଅଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ହୋମବଳି ଉତ୍ସର୍ଗ କରିବେ, ତାହା ବିଶ୍ରାମ ଦିନରେ ନିର୍ଦ୍ଦୋଷ ଛଅଗୋଟି ମେଷଶାବକ ଓ ନିର୍ଦ୍ଦୋଷ ଏକଗୋଟି ମେଷ ହେବ।

5ଆଉ, ଭକ୍ଷ୍ୟ ନୈବେଦ୍ୟ ରୂପେ ମେଷ ସଙ୍ଗେ ଏକ ଐଫା ଦେବେ ଓ ମେଷଶାବକମାନଙ୍କ ସଙ୍ଗେ ସେ ଆପଣା ଶକ୍ତି ଅନୁସାରେ ଭକ୍ଷ୍ୟ ନୈବେଦ୍ୟ ଦେବେ, ପୁଣି ଏକ ଏକ ଐଫା ପାଇଁ ଏକ ଏକ ହିନ୍‍ ତୈଳ ଦେବେ।

6ଆଉ, ଅମାବାସ୍ୟା ଦିନ (ହୋମବଳି ନିମନ୍ତେ) ଏକ ନିର୍ଦ୍ଦୋଷ ଗୋବତ୍ସ ହେବ, ଛଅ ମେଷଶାବକ ଓ ଏକ ମେଷ ହେବ; ଏସବୁ ନିର୍ଦ୍ଦୋଷ ହେବେ;

7ଆଉ, ସେ ଭକ୍ଷ୍ୟ ନୈବେଦ୍ୟ ରୂପେ ଗୋବତ୍ସ ସଙ୍ଗେ ଏକ ଐଫା, ମେଷ ସଙ୍ଗେ ଏକ ଐଫା ଓ ମେଷଶାବକମାନଙ୍କ ସଙ୍ଗେ ଆପଣା ଶକ୍ତି ଅନୁସାରେ ଦେବେ, ଆଉ ଏକ ଏକ ଐଫା ପାଇଁ ଏକ ଏକ ହିନ୍‍ ତୈଳ ଦେବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.