4ପୁଣି, ଅଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ହୋମବଳି ଉତ୍ସର୍ଗ କରିବେ, ତାହା ବିଶ୍ରାମ ଦିନରେ ନିର୍ଦ୍ଦୋଷ ଛଅଗୋଟି ମେଷଶାବକ ଓ ନିର୍ଦ୍ଦୋଷ ଏକଗୋଟି ମେଷ ହେବ।
5ଆଉ, ଭକ୍ଷ୍ୟ ନୈବେଦ୍ୟ ରୂପେ ମେଷ ସଙ୍ଗେ ଏକ ଐଫା ଦେବେ ଓ ମେଷଶାବକମାନଙ୍କ ସଙ୍ଗେ ସେ ଆପଣା ଶକ୍ତି ଅନୁସାରେ ଭକ୍ଷ୍ୟ ନୈବେଦ୍ୟ ଦେବେ, ପୁଣି ଏକ ଏକ ଐଫା ପାଇଁ ଏକ ଏକ ହିନ୍ ତୈଳ ଦେବେ।
6ଆଉ, ଅମାବାସ୍ୟା ଦିନ (ହୋମବଳି ନିମନ୍ତେ) ଏକ ନିର୍ଦ୍ଦୋଷ ଗୋବତ୍ସ ହେବ, ଛଅ ମେଷଶାବକ ଓ ଏକ ମେଷ ହେବ; ଏସବୁ ନିର୍ଦ୍ଦୋଷ ହେବେ;
7ଆଉ, ସେ ଭକ୍ଷ୍ୟ ନୈବେଦ୍ୟ ରୂପେ ଗୋବତ୍ସ ସଙ୍ଗେ ଏକ ଐଫା, ମେଷ ସଙ୍ଗେ ଏକ ଐଫା ଓ ମେଷଶାବକମାନଙ୍କ ସଙ୍ଗେ ଆପଣା ଶକ୍ତି ଅନୁସାରେ ଦେବେ, ଆଉ ଏକ ଏକ ଐଫା ପାଇଁ ଏକ ଏକ ହିନ୍ ତୈଳ ଦେବେ।
8ପୁଣି, ଅଧିପତି ଯେତେବେଳେ ପ୍ରବେଶ କରିବେ, ସେତେବେଳେ ସେ ଦ୍ୱାର ବାରଣ୍ଡା ପଥ ଦେଇ ଭିତରେ ପ୍ରବେଶ କରିବେ ଓ ସେହି ପଥ ଦେଇ ବାହାରି ଯିବେ।