7ଆଉ, ସେ ଭକ୍ଷ୍ୟ ନୈବେଦ୍ୟ ରୂପେ ଗୋବତ୍ସ ସଙ୍ଗେ ଏକ ଐଫା, ମେଷ ସଙ୍ଗେ ଏକ ଐଫା ଓ ମେଷଶାବକମାନଙ୍କ ସଙ୍ଗେ ଆପଣା ଶକ୍ତି ଅନୁସାରେ ଦେବେ, ଆଉ ଏକ ଏକ ଐଫା ପାଇଁ ଏକ ଏକ ହିନ୍ ତୈଳ ଦେବେ।
8ପୁଣି, ଅଧିପତି ଯେତେବେଳେ ପ୍ରବେଶ କରିବେ, ସେତେବେଳେ ସେ ଦ୍ୱାର ବାରଣ୍ଡା ପଥ ଦେଇ ଭିତରେ ପ୍ରବେଶ କରିବେ ଓ ସେହି ପଥ ଦେଇ ବାହାରି ଯିବେ।
9ମାତ୍ର ନିରୂପିତ ପର୍ବମାନର ସମୟରେ ଯେତେବେଳେ ଦେଶର ଲୋକମାନେ ସଦାପ୍ରଭୁଙ୍କ ଛାମୁକୁ ଆସିବେ, ସେତେବେଳେ ଯେଉଁ ଲୋକ ପ୍ରଣାମ କରିବା ପାଇଁ ଉତ୍ତର ଦ୍ୱାରର ପଥ ଦେଇ ଭିତରକୁ ଆସେ, ସେ ଦକ୍ଷିଣ ଦ୍ୱାରର ପଥ ଦେଇ ବାହାରି ଯିବ ଓ ଯେଉଁ ଲୋକ ଦକ୍ଷିଣ ଦ୍ୱାର ଦେଇ ଭିତରେ ପ୍ରବେଶ କରେ, ସେ ଉତ୍ତର ଦ୍ୱାରର ପଥ ଦେଇ ବାହାରି ଯିବ; ସେ ଯେଉଁ ଦ୍ୱାରର ପଥ ଦେଇ ଭିତରକୁ ଆସିଲା, ସେହି ପଥ ଦେଇ ଫେରିବ ନାହିଁ, ମାତ୍ର ଆପଣା ସମ୍ମୁଖସ୍ଥ ପଥ ଦେଇ ବାହାରି ଯିବ।
10ପୁଣି, ଲୋକମାନେ ଯେତେବେଳେ ଭିତରକୁ ଯିବେ, ସେତେବେଳେ ଅଧିପତି ସେମାନଙ୍କ ମଧ୍ୟରେ ଥାଇ ଭିତରକୁ ଯିବେ ଓ ବାହାରି ଯିବା ବେଳେ ସେମାନେ ଏକତ୍ର ହୋଇ ବାହାରି ଯିବେ।
11ଆଉ, ପର୍ବ ଓ ଉତ୍ସବାଦି ସମୟରେ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଗୋବତ୍ସ ସଙ୍ଗେ ଏକ ଐଫା ଓ ଏକ ମେଷ ସଙ୍ଗେ ଏକ ଐଫା, ଆଉ ମେଷଶାବକମାନଙ୍କ ସଙ୍ଗେ ସେ ଆପଣା ଶକ୍ତି ଅନୁସାରେ ଓ ଏକ ଏକ ଐଫା ସଙ୍ଗେ ଏକ ଏକ ହିନ୍ ତୈଳ ଦେବେ।