ଯିହିଜିକଲ 47

ଆଉ, ତୁମ୍ଭମାନଙ୍କର ଏକ ଯେପରି, ଅନ୍ୟ ସେହିପରି, ତାହା ଉତ୍ତରାଧିକାର ରୂପେ ପାଇବ; ତଦ୍‍ବିଷୟରେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ତାହା ଦେବା ପାଇଁ ଆମ୍ଭେ ଆପଣା ହସ୍ତ ଉଠାଇଲୁ ଓ ଏହି ଦେଶ ଉତ୍ତରାଧିକାର ନିମନ୍ତେ ତୁମ୍ଭମାନଙ୍କର ହେବ।

Ezekiel 47:14 (UKJV) And all of you shall inherit it, one as well as another: concerning the which I lifted up mine hand to give it unto your fathers: and this land shall fall unto you for inheritance.

12ଆଉ, ନଦୀ ନିକଟରେ ତହିଁର ତୀର ଉପରେ, ଏପାଖରେ ଓ ସେପାଖରେ ସର୍ବପ୍ରକାର ଭୋଜନାର୍ଥ ଫଳବୃକ୍ଷ ହେବ, ତହିଁର ପତ୍ର ମଳିନ ହେବ ନାହିଁ, କିଅବା ତହିଁର ଫଳର ଅଭାବ ହେବ ନାହିଁ; ସେହି ଜଳସବୁ ପବିତ୍ର ସ୍ଥାନରୁ ନିର୍ଗତ ହେବା ସକାଶୁ ବୃକ୍ଷ ପ୍ରତି ମାସ ନୂତନ ଫଳ ଫଳିବ ଓ ତହିଁର ଫଳ ଆହାରାର୍ଥେ ଓ ତହିଁର ପତ୍ର ଆରୋଗ୍ୟାର୍ଥେ ହେବ।”

13ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: “ତୁମ୍ଭେମାନେ ଇସ୍ରାଏଲ ବଂଶର ଦ୍ୱାଦଶ ଗୋଷ୍ଠୀର ଅନୁସାରେ ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ବିଭାଗ କରିବ, ତାହାର ସୀମା ଏହି; ଯୋଷେଫ ଏକରୁ ଅଧିକ ଅଂଶ ପାଇବ।

14ଆଉ, ତୁମ୍ଭମାନଙ୍କର ଏକ ଯେପରି, ଅନ୍ୟ ସେହିପରି, ତାହା ଉତ୍ତରାଧିକାର ରୂପେ ପାଇବ; ତଦ୍‍ବିଷୟରେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ତାହା ଦେବା ପାଇଁ ଆମ୍ଭେ ଆପଣା ହସ୍ତ ଉଠାଇଲୁ ଓ ଏହି ଦେଶ ଉତ୍ତରାଧିକାର ନିମନ୍ତେ ତୁମ୍ଭମାନଙ୍କର ହେବ।

15ପୁଣି, ଦେଶର ସୀମା ଏହି ହେବ; ଉତ୍ତର ଦିଗରେ, ହିତ୍‍ଲୋନ ପଥ ନିକଟସ୍ଥ ମହାସମୁଦ୍ରଠାରୁ ସଦାଦ୍‍ର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ;

16ହମାତ୍‍, ବରୋଥା, ଦମ୍ମେଶକର ଓ ହମାତ୍‍ର ସୀମାର ମଧ୍ୟସ୍ଥିତ ସିବ୍ରୟିମ; ହୌରଣର ସୀମା ନିକଟସ୍ଥ ହତ୍‍ତ୍ସରହତ୍ତୀକୋନ୍‍।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.