13ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: “ତୁମ୍ଭେମାନେ ଇସ୍ରାଏଲ ବଂଶର ଦ୍ୱାଦଶ ଗୋଷ୍ଠୀର ଅନୁସାରେ ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ବିଭାଗ କରିବ, ତାହାର ସୀମା ଏହି; ଯୋଷେଫ ଏକରୁ ଅଧିକ ଅଂଶ ପାଇବ।
14ଆଉ, ତୁମ୍ଭମାନଙ୍କର ଏକ ଯେପରି, ଅନ୍ୟ ସେହିପରି, ତାହା ଉତ୍ତରାଧିକାର ରୂପେ ପାଇବ; ତଦ୍ବିଷୟରେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ତାହା ଦେବା ପାଇଁ ଆମ୍ଭେ ଆପଣା ହସ୍ତ ଉଠାଇଲୁ ଓ ଏହି ଦେଶ ଉତ୍ତରାଧିକାର ନିମନ୍ତେ ତୁମ୍ଭମାନଙ୍କର ହେବ।
15ପୁଣି, ଦେଶର ସୀମା ଏହି ହେବ; ଉତ୍ତର ଦିଗରେ, ହିତ୍ଲୋନ ପଥ ନିକଟସ୍ଥ ମହାସମୁଦ୍ରଠାରୁ ସଦାଦ୍ର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ;
16ହମାତ୍, ବରୋଥା, ଦମ୍ମେଶକର ଓ ହମାତ୍ର ସୀମାର ମଧ୍ୟସ୍ଥିତ ସିବ୍ରୟିମ; ହୌରଣର ସୀମା ନିକଟସ୍ଥ ହତ୍ତ୍ସରହତ୍ତୀକୋନ୍।
17ପୁଣି, ସମୁଦ୍ରଠାରୁ ସୀମା ଦମ୍ମେଶକ ସୀମା ନିକଟସ୍ଥ ହତ୍ସର-ଐନନ୍ ହେବ, ଆଉ ଉତ୍ତର ଦିଗରେ ଉତ୍ତରରେ ହମାତ୍ର ସୀମା। ଏହା ଉତ୍ତର ସୀମା।