ଯିହିଜିକଲ 47

ଆଉ, ପୂର୍ବ ଦିଗରେ ହୌରଣ, ଦମ୍ମେଶକ ଓ ଗିଲୀୟଦ, ଆଉ ଇସ୍ରାଏଲ ଦେଶର ମଧ୍ୟବର୍ତ୍ତୀ ଯର୍ଦ୍ଦନ ହେବ; ତୁମ୍ଭେମାନେ ଉତ୍ତର ସୀମାରୁ ପୂର୍ବ ସମୁଦ୍ର ପର୍ଯ୍ୟନ୍ତ ମାପିବ। ଏହା ପୂର୍ବ ସୀମା।

Ezekiel 47:18 (UKJV) And the east side all of you shall measure from Hauran, and from Damascus, and from Gilead, and from the land of Israel by Jordan, from the border unto the east sea. And this is the east side.

16ହମାତ୍‍, ବରୋଥା, ଦମ୍ମେଶକର ଓ ହମାତ୍‍ର ସୀମାର ମଧ୍ୟସ୍ଥିତ ସିବ୍ରୟିମ; ହୌରଣର ସୀମା ନିକଟସ୍ଥ ହତ୍‍ତ୍ସରହତ୍ତୀକୋନ୍‍।

17ପୁଣି, ସମୁଦ୍ରଠାରୁ ସୀମା ଦମ୍ମେଶକ ସୀମା ନିକଟସ୍ଥ ହତ୍‍ସର-ଐନନ୍‍ ହେବ, ଆଉ ଉତ୍ତର ଦିଗରେ ଉତ୍ତରରେ ହମାତ୍‍ର ସୀମା। ଏହା ଉତ୍ତର ସୀମା।

18ଆଉ, ପୂର୍ବ ଦିଗରେ ହୌରଣ, ଦମ୍ମେଶକ ଓ ଗିଲୀୟଦ, ଆଉ ଇସ୍ରାଏଲ ଦେଶର ମଧ୍ୟବର୍ତ୍ତୀ ଯର୍ଦ୍ଦନ ହେବ; ତୁମ୍ଭେମାନେ ଉତ୍ତର ସୀମାରୁ ପୂର୍ବ ସମୁଦ୍ର ପର୍ଯ୍ୟନ୍ତ ମାପିବ। ଏହା ପୂର୍ବ ସୀମା।

19ଆଉ, ଦକ୍ଷିଣ ଦିଗରେ ଦକ୍ଷିଣ ସୀମା ତାମରଠାରୁ ମରୀବତ୍‍-କାଦେଶସ୍ଥ ଜଳ, ମିସରର ସ୍ରୋତୋମାର୍ଗ ଓ ମହାସମୁଦ୍ର ପର୍ଯ୍ୟନ୍ତ ହେବ। ଏହା ଦକ୍ଷିଣ ଦିଗର ଦକ୍ଷିଣ ସୀମା।

20ପୁଣି, ଦକ୍ଷିଣ ସୀମାଠାରୁ ହମାତ୍‍ର ସମ୍ମୁଖ ସ୍ଥାନ ପର୍ଯ୍ୟନ୍ତ ମହାସମୁଦ୍ର ପଶ୍ଚିମ ସୀମା ହେବ। ଏହା ପଶ୍ଚିମ ସୀମା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.