17ପୁଣି, ସମୁଦ୍ରଠାରୁ ସୀମା ଦମ୍ମେଶକ ସୀମା ନିକଟସ୍ଥ ହତ୍ସର-ଐନନ୍ ହେବ, ଆଉ ଉତ୍ତର ଦିଗରେ ଉତ୍ତରରେ ହମାତ୍ର ସୀମା। ଏହା ଉତ୍ତର ସୀମା।
18ଆଉ, ପୂର୍ବ ଦିଗରେ ହୌରଣ, ଦମ୍ମେଶକ ଓ ଗିଲୀୟଦ, ଆଉ ଇସ୍ରାଏଲ ଦେଶର ମଧ୍ୟବର୍ତ୍ତୀ ଯର୍ଦ୍ଦନ ହେବ; ତୁମ୍ଭେମାନେ ଉତ୍ତର ସୀମାରୁ ପୂର୍ବ ସମୁଦ୍ର ପର୍ଯ୍ୟନ୍ତ ମାପିବ। ଏହା ପୂର୍ବ ସୀମା।
19ଆଉ, ଦକ୍ଷିଣ ଦିଗରେ ଦକ୍ଷିଣ ସୀମା ତାମରଠାରୁ ମରୀବତ୍-କାଦେଶସ୍ଥ ଜଳ, ମିସରର ସ୍ରୋତୋମାର୍ଗ ଓ ମହାସମୁଦ୍ର ପର୍ଯ୍ୟନ୍ତ ହେବ। ଏହା ଦକ୍ଷିଣ ଦିଗର ଦକ୍ଷିଣ ସୀମା।
20ପୁଣି, ଦକ୍ଷିଣ ସୀମାଠାରୁ ହମାତ୍ର ସମ୍ମୁଖ ସ୍ଥାନ ପର୍ଯ୍ୟନ୍ତ ମହାସମୁଦ୍ର ପଶ୍ଚିମ ସୀମା ହେବ। ଏହା ପଶ୍ଚିମ ସୀମା।
21ଏହିରୂପେ ତୁମ୍ଭେମାନେ ଇସ୍ରାଏଲର ଗୋଷ୍ଠୀ ଅନୁସାରେ ଆପଣାମାନଙ୍କ ମଧ୍ୟରେ ଏହି ଦେଶ ବିଭାଗ କରିବ।