ଯିହିଜିକଲ 47

ପୁଣି, ଦକ୍ଷିଣ ସୀମାଠାରୁ ହମାତ୍‍ର ସମ୍ମୁଖ ସ୍ଥାନ ପର୍ଯ୍ୟନ୍ତ ମହାସମୁଦ୍ର ପଶ୍ଚିମ ସୀମା ହେବ। ଏହା ପଶ୍ଚିମ ସୀମା।

Ezekiel 47:20 (UKJV) The west side also shall be the great sea from the border, till a man come opposite to Hamath. This is the west side.

18ଆଉ, ପୂର୍ବ ଦିଗରେ ହୌରଣ, ଦମ୍ମେଶକ ଓ ଗିଲୀୟଦ, ଆଉ ଇସ୍ରାଏଲ ଦେଶର ମଧ୍ୟବର୍ତ୍ତୀ ଯର୍ଦ୍ଦନ ହେବ; ତୁମ୍ଭେମାନେ ଉତ୍ତର ସୀମାରୁ ପୂର୍ବ ସମୁଦ୍ର ପର୍ଯ୍ୟନ୍ତ ମାପିବ। ଏହା ପୂର୍ବ ସୀମା।

19ଆଉ, ଦକ୍ଷିଣ ଦିଗରେ ଦକ୍ଷିଣ ସୀମା ତାମରଠାରୁ ମରୀବତ୍‍-କାଦେଶସ୍ଥ ଜଳ, ମିସରର ସ୍ରୋତୋମାର୍ଗ ଓ ମହାସମୁଦ୍ର ପର୍ଯ୍ୟନ୍ତ ହେବ। ଏହା ଦକ୍ଷିଣ ଦିଗର ଦକ୍ଷିଣ ସୀମା।

20ପୁଣି, ଦକ୍ଷିଣ ସୀମାଠାରୁ ହମାତ୍‍ର ସମ୍ମୁଖ ସ୍ଥାନ ପର୍ଯ୍ୟନ୍ତ ମହାସମୁଦ୍ର ପଶ୍ଚିମ ସୀମା ହେବ। ଏହା ପଶ୍ଚିମ ସୀମା।

21ଏହିରୂପେ ତୁମ୍ଭେମାନେ ଇସ୍ରାଏଲର ଗୋଷ୍ଠୀ ଅନୁସାରେ ଆପଣାମାନଙ୍କ ମଧ୍ୟରେ ଏହି ଦେଶ ବିଭାଗ କରିବ।

22ପୁଣି, ତୁମ୍ଭେମାନେ ଆପଣାମାନଙ୍କର ଓ ଯେଉଁ ବିଦେଶୀ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସ କରନ୍ତି ଓ ତୁମ୍ଭମାନଙ୍କ ମଧ୍ୟରେ ସନ୍ତାନସନ୍ତତି ଉତ୍ପନ୍ନ କରିବେ, ସେମାନଙ୍କର ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ; ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଇସ୍ରାଏଲ-ସନ୍ତାନଗଣର ମଧ୍ୟରେ ଗୃହଜାତ ସନ୍ତାନଗଣର ତୁଲ୍ୟ ହେବେ; ସେମାନେ ତୁମ୍ଭମାନଙ୍କର ସହିତ ଇସ୍ରାଏଲର ଗୋଷ୍ଠୀଗଣ ମଧ୍ୟରେ ଉତ୍ତରାଧିକାର ପ୍ରାପ୍ତ ହେବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.