1ଏଥିଉତ୍ତାରେ ସେ ମୋତେ ଫେରାଇ ଗୃହର ଦ୍ୱାର ନିକଟକୁ ଆଣିଲେ; ଆଉ ଦେଖ, ଗୃହ-ପ୍ରବେଶ ସ୍ଥାନର ତଳରୁ ଜଳ ନିର୍ଗତ ହୋଇ ପୂର୍ବ ଦିଗରେ ବହିଲା, କାରଣ ଗୃହର ଅଗ୍ରଭାଗ ପୂର୍ବାଭିମୁଖ ଥିଲା; ଆଉ, ସେହି ଜଳ ତଳରୁ ଗୃହର ଦକ୍ଷିଣ ପାର୍ଶ୍ୱ ଦେଇ ଯଜ୍ଞବେଦିର ଦକ୍ଷିଣ ଦିଗରେ ବହିଲା।
2ତେବେ ସେ ମୋତେ ଉତ୍ତର ଦ୍ୱାରର ପଥ ଦେଇ ବାହାର କରାଇ ଆଣିଲେ, ଆଉ ବାହାର ପଥ ଦେଇ ବୁଲାଇ ପୂର୍ବାଭିମୁଖ ଦ୍ୱାରର ପଥ ଦେଇ ବାହାର ଦ୍ୱାରକୁ ନେଇଗଲେ; ଆଉ ଦେଖ, ସେହି ସ୍ଥାନରେ ଦକ୍ଷିଣ ପାର୍ଶ୍ୱରେ ଜଳ ବହୁଥିଲା।
3ସେହି ବ୍ୟକ୍ତି ଯେତେବେଳେ ପରିମାପକ ରଜ୍ଜୁ ଆପଣା ହସ୍ତରେ ଧରି ପୂର୍ବ ଆଡ଼େ ବାହାରିଲେ, ସେତେବେଳେ ସେ ଏକ ହଜାର ହାତ ମାପିଲେ, ପୁଣି, ମୋତେ ଜଳ ମଧ୍ୟଦେଇ ଗମନ କରାଇଲେ, ଜଳ ବଳାଗଣ୍ଠି ପର୍ଯ୍ୟନ୍ତ ହେଲା।
4ପୁନର୍ବାର ସେ ଏକ ହଜାର ହାତ ମାପିଲେ ଓ ମୋତେ ଜଳ ମଧ୍ୟଦେଇ ଗମନ କରାଇଲେ, ଜଳ ଆଣ୍ଠୁ ପର୍ଯ୍ୟନ୍ତ ହେଲା। ପୁନର୍ବାର ସେ ଏକ ହଜାର ହାତ ମାପିଲେ, ଜଳ ମଧ୍ୟଦେଇ ମୋତେ ଗମନ କରାଇଲେ, ଜଳ କଟି ପର୍ଯ୍ୟନ୍ତ ହେଲା।
5ତହିଁ ଉତ୍ତାରେ ସେ ଏକ ହଜାର ହାତ ମାପିଲେ; ସେତେବେଳେ ତାହା ଗୋଟିଏ ନଦୀ ହେଲା, ମୁଁ ତହିଁ ମଧ୍ୟଦେଇ ଗମନ କରି ପାରିଲି ନାହିଁ, କାରଣ ଜଳ ବଢ଼ି ଉଠିଥିଲା, ତାହା ପହଁରିବା ଭଳି ଜଳ, ପାର ହେବାକୁ ଅଗମ୍ୟ ନଦୀ ହୋଇଥିଲା।