3ସେହି ବ୍ୟକ୍ତି ଯେତେବେଳେ ପରିମାପକ ରଜ୍ଜୁ ଆପଣା ହସ୍ତରେ ଧରି ପୂର୍ବ ଆଡ଼େ ବାହାରିଲେ, ସେତେବେଳେ ସେ ଏକ ହଜାର ହାତ ମାପିଲେ, ପୁଣି, ମୋତେ ଜଳ ମଧ୍ୟଦେଇ ଗମନ କରାଇଲେ, ଜଳ ବଳାଗଣ୍ଠି ପର୍ଯ୍ୟନ୍ତ ହେଲା।
4ପୁନର୍ବାର ସେ ଏକ ହଜାର ହାତ ମାପିଲେ ଓ ମୋତେ ଜଳ ମଧ୍ୟଦେଇ ଗମନ କରାଇଲେ, ଜଳ ଆଣ୍ଠୁ ପର୍ଯ୍ୟନ୍ତ ହେଲା। ପୁନର୍ବାର ସେ ଏକ ହଜାର ହାତ ମାପିଲେ, ଜଳ ମଧ୍ୟଦେଇ ମୋତେ ଗମନ କରାଇଲେ, ଜଳ କଟି ପର୍ଯ୍ୟନ୍ତ ହେଲା।
5ତହିଁ ଉତ୍ତାରେ ସେ ଏକ ହଜାର ହାତ ମାପିଲେ; ସେତେବେଳେ ତାହା ଗୋଟିଏ ନଦୀ ହେଲା, ମୁଁ ତହିଁ ମଧ୍ୟଦେଇ ଗମନ କରି ପାରିଲି ନାହିଁ, କାରଣ ଜଳ ବଢ଼ି ଉଠିଥିଲା, ତାହା ପହଁରିବା ଭଳି ଜଳ, ପାର ହେବାକୁ ଅଗମ୍ୟ ନଦୀ ହୋଇଥିଲା।
6ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ?” ତହିଁରେ ସେ ମୋତେ ଫେରାଇ ନଦୀତୀରକୁ ଆଣିଲେ।
7ମୁଁ ଫେରି ଆସିଲା ବେଳେ ଦେଖ, ନଦୀତୀରର ଏପାଖରେ ଓ ସେପାଖରେ ଅନେକ ଅନେକ ବୃକ୍ଷ ଥିଲା।