4ପୁନର୍ବାର ସେ ଏକ ହଜାର ହାତ ମାପିଲେ ଓ ମୋତେ ଜଳ ମଧ୍ୟଦେଇ ଗମନ କରାଇଲେ, ଜଳ ଆଣ୍ଠୁ ପର୍ଯ୍ୟନ୍ତ ହେଲା। ପୁନର୍ବାର ସେ ଏକ ହଜାର ହାତ ମାପିଲେ, ଜଳ ମଧ୍ୟଦେଇ ମୋତେ ଗମନ କରାଇଲେ, ଜଳ କଟି ପର୍ଯ୍ୟନ୍ତ ହେଲା।
5ତହିଁ ଉତ୍ତାରେ ସେ ଏକ ହଜାର ହାତ ମାପିଲେ; ସେତେବେଳେ ତାହା ଗୋଟିଏ ନଦୀ ହେଲା, ମୁଁ ତହିଁ ମଧ୍ୟଦେଇ ଗମନ କରି ପାରିଲି ନାହିଁ, କାରଣ ଜଳ ବଢ଼ି ଉଠିଥିଲା, ତାହା ପହଁରିବା ଭଳି ଜଳ, ପାର ହେବାକୁ ଅଗମ୍ୟ ନଦୀ ହୋଇଥିଲା।
6ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ?” ତହିଁରେ ସେ ମୋତେ ଫେରାଇ ନଦୀତୀରକୁ ଆଣିଲେ।
7ମୁଁ ଫେରି ଆସିଲା ବେଳେ ଦେଖ, ନଦୀତୀରର ଏପାଖରେ ଓ ସେପାଖରେ ଅନେକ ଅନେକ ବୃକ୍ଷ ଥିଲା।
8ତହିଁରେ ସେ ମୋତେ କହିଲେ, “ଏହି ଜଳସବୁ ପୂର୍ବ ଅଞ୍ଚଳ ଆଡ଼େ ବହୁଅଛି ଓ ତାହା ଗଡ଼ି ଆରବାକୁ ଯିବ; ଆଉ, ତାହା ସମୁଦ୍ର ଆଡ଼କୁ ଯିବ; ଯେଉଁ ଜଳସବୁ ନିର୍ଗତ ହେଲା, ତାହାସବୁ ସମୁଦ୍ରରେ ପ୍ରବେଶ କରିବ; ତହୁଁ ସେ ଜଳ ଉତ୍ତମ ହେବ।