6ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ?” ତହିଁରେ ସେ ମୋତେ ଫେରାଇ ନଦୀତୀରକୁ ଆଣିଲେ।
7ମୁଁ ଫେରି ଆସିଲା ବେଳେ ଦେଖ, ନଦୀତୀରର ଏପାଖରେ ଓ ସେପାଖରେ ଅନେକ ଅନେକ ବୃକ୍ଷ ଥିଲା।
8ତହିଁରେ ସେ ମୋତେ କହିଲେ, “ଏହି ଜଳସବୁ ପୂର୍ବ ଅଞ୍ଚଳ ଆଡ଼େ ବହୁଅଛି ଓ ତାହା ଗଡ଼ି ଆରବାକୁ ଯିବ; ଆଉ, ତାହା ସମୁଦ୍ର ଆଡ଼କୁ ଯିବ; ଯେଉଁ ଜଳସବୁ ନିର୍ଗତ ହେଲା, ତାହାସବୁ ସମୁଦ୍ରରେ ପ୍ରବେଶ କରିବ; ତହୁଁ ସେ ଜଳ ଉତ୍ତମ ହେବ।
9ପୁଣି, ଏହି ନଦୀସବୁ ଯେସକଳ ସ୍ଥାନ ଦେଇ ବହିବ, ସେସ୍ଥାନସ୍ଥିତ ବହୁସଂଖ୍ୟକ ଜୀବଜନ୍ତୁ ସବୁ ବଞ୍ଚିବେ ଓ ସେହି ସ୍ଥାନରେ ଅପାର ମତ୍ସ୍ୟ ହେବେ; କାରଣ ଏହିସବୁ ଜଳ ସେସ୍ଥାନକୁ ଆସିଅଛି ଓ ସମୁଦ୍ରର ଜଳ ଉତ୍ତମ ହେବ, ଆଉ ଯେକୌଣସି ସ୍ଥାନ ଦେଇ ଏହି ନଦୀ ବହେ, ସେସ୍ଥାନର ସକଳ ହିଁ ସଞ୍ଜୀବିତ ହେବେ।
10ଆଉ, ତହିଁ ନିକଟରେ ମତ୍ସ୍ୟଧାରୀମାନେ ଠିଆ ହେବେ; ଐନଗଦୀଠାରୁ ଐନଇଗ୍ଳଇମ୍ ପର୍ଯ୍ୟନ୍ତ ଜାଲ ପ୍ରସାରିବାର ସ୍ଥାନ ହେବ ଓ ମତ୍ସ୍ୟସବୁ ସ୍ୱ ସ୍ୱ ଜାତି ଅନୁସାରେ ମହାସମୁଦ୍ରର ମତ୍ସ୍ୟନ୍ୟାୟ ସଂଖ୍ୟାରେ ଅତିଶୟ ହେବେ।