ଯିହିଜିକଲ 47

ପୁଣି, ଏହି ନଦୀସବୁ ଯେସକଳ ସ୍ଥାନ ଦେଇ ବହିବ, ସେସ୍ଥାନସ୍ଥିତ ବହୁସଂଖ୍ୟକ ଜୀବଜନ୍ତୁ ସବୁ ବଞ୍ଚିବେ ଓ ସେହି ସ୍ଥାନରେ ଅପାର ମତ୍ସ୍ୟ ହେବେ; କାରଣ ଏହିସବୁ ଜଳ ସେସ୍ଥାନକୁ ଆସିଅଛି ଓ ସମୁଦ୍ରର ଜଳ ଉତ୍ତମ ହେବ, ଆଉ ଯେକୌଣସି ସ୍ଥାନ ଦେଇ ଏହି ନଦୀ ବହେ, ସେସ୍ଥାନର ସକଳ ହିଁ ସଞ୍ଜୀବିତ ହେବେ।

Ezekiel 47:9 (UKJV) And it shall come to pass, that every thing that lives, which moves, anywhere the rivers shall come, shall live: and there shall be a very great multitude of fish, because these waters shall come thither: for they shall be healed; and every thing shall live where the river comes.

7ମୁଁ ଫେରି ଆସିଲା ବେଳେ ଦେଖ, ନଦୀତୀରର ଏପାଖରେ ଓ ସେପାଖରେ ଅନେକ ଅନେକ ବୃକ୍ଷ ଥିଲା।

8ତହିଁରେ ସେ ମୋତେ କହିଲେ, “ଏହି ଜଳସବୁ ପୂର୍ବ ଅଞ୍ଚଳ ଆଡ଼େ ବହୁଅଛି ଓ ତାହା ଗଡ଼ି ଆରବାକୁ ଯିବ; ଆଉ, ତାହା ସମୁଦ୍ର ଆଡ଼କୁ ଯିବ; ଯେଉଁ ଜଳସବୁ ନିର୍ଗତ ହେଲା, ତାହାସବୁ ସମୁଦ୍ରରେ ପ୍ରବେଶ କରିବ; ତହୁଁ ସେ ଜଳ ଉତ୍ତମ ହେବ।

9ପୁଣି, ଏହି ନଦୀସବୁ ଯେସକଳ ସ୍ଥାନ ଦେଇ ବହିବ, ସେସ୍ଥାନସ୍ଥିତ ବହୁସଂଖ୍ୟକ ଜୀବଜନ୍ତୁ ସବୁ ବଞ୍ଚିବେ ଓ ସେହି ସ୍ଥାନରେ ଅପାର ମତ୍ସ୍ୟ ହେବେ; କାରଣ ଏହିସବୁ ଜଳ ସେସ୍ଥାନକୁ ଆସିଅଛି ଓ ସମୁଦ୍ରର ଜଳ ଉତ୍ତମ ହେବ, ଆଉ ଯେକୌଣସି ସ୍ଥାନ ଦେଇ ଏହି ନଦୀ ବହେ, ସେସ୍ଥାନର ସକଳ ହିଁ ସଞ୍ଜୀବିତ ହେବେ।

10ଆଉ, ତହିଁ ନିକଟରେ ମତ୍ସ୍ୟଧାରୀମାନେ ଠିଆ ହେବେ; ଐନଗଦୀଠାରୁ ଐନଇଗ୍ଳଇମ୍‍ ପର୍ଯ୍ୟନ୍ତ ଜାଲ ପ୍ରସାରିବାର ସ୍ଥାନ ହେବ ଓ ମତ୍ସ୍ୟସବୁ ସ୍ୱ ସ୍ୱ ଜାତି ଅନୁସାରେ ମହାସମୁଦ୍ରର ମତ୍ସ୍ୟନ୍ୟାୟ ସଂଖ୍ୟାରେ ଅତିଶୟ ହେବେ।

11ମାତ୍ର ତହିଁର ପଙ୍କ ସ୍ଥାନ ଓ ଝିଲ ଭୂମିସକଳ ଉତ୍ତମ ହେବ ନାହିଁ; ସେହି ସବୁ ଲବଣ ପାଇଁ ସମର୍ପିତ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.