ଯିହିଜିକଲ 48

ତାହା ସାଦୋକର ସନ୍ତାନଗଣ ମଧ୍ୟରୁ ପବିତ୍ରୀକୃତ ଯାଜକମାନଙ୍କ ନିମନ୍ତେ ହେବ, ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିଅଛନ୍ତି; ଇସ୍ରାଏଲର ସନ୍ତାନଗଣ ବିପଥଗାମୀ ହେବା ସମୟରେ ଲେବୀୟମାନେ ଯେପରି ବିପଥଗାମୀ ହେଲେ, ସେମାନେ ସେହିପରି ବିପଥଗାମୀ ହେଲେ ନାହିଁ।

Ezekiel 48:11 (UKJV) It shall be for the priests that are sanctified of the sons of Zadok; which have kept my charge, which went not astray when the children of Israel went astray, as the Levites went astray.

9ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଭୂମି ନିବେଦନ କରିବ, ତାହା ଦୀର୍ଘରେ ପଚିଶ ହଜାର ଓ ପ୍ରସ୍ଥରେ ଦଶ ହଜାର ନଳ ହେବ।

10ସେହି ପବିତ୍ର ଉପହାର ଭୂମି ଏମାନଙ୍କ ପାଇଁ, ଅର୍ଥାତ୍‍, ଯାଜକମାନଙ୍କ ପାଇଁ ହେବ; ତାହା ଉତ୍ତର ଆଡ଼େ ପଚିଶ ହଜାର ନଳ ଦୀର୍ଘ ଓ ପଶ୍ଚିମ ଆଡ଼େ ଦଶ ହଜାର ନଳ ପ୍ରସ୍ଥ, ପୂର୍ବ ଆଡ଼େ ଦଶ ହଜାର ନଳ ପ୍ରସ୍ଥ ଓ ଦକ୍ଷିଣ ଆଡ଼େ ପଚିଶ ହଜାର ନଳ ଦୀର୍ଘ ହେବ; ତହିଁର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ଧର୍ମଧାମ ହେବ।

11ତାହା ସାଦୋକର ସନ୍ତାନଗଣ ମଧ୍ୟରୁ ପବିତ୍ରୀକୃତ ଯାଜକମାନଙ୍କ ନିମନ୍ତେ ହେବ, ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିଅଛନ୍ତି; ଇସ୍ରାଏଲର ସନ୍ତାନଗଣ ବିପଥଗାମୀ ହେବା ସମୟରେ ଲେବୀୟମାନେ ଯେପରି ବିପଥଗାମୀ ହେଲେ, ସେମାନେ ସେହିପରି ବିପଥଗାମୀ ହେଲେ ନାହିଁ।

12ଲେବୀୟମାନଙ୍କ ସୀମା ନିକଟସ୍ଥ ଦେଶର ଉପହାର ଭୂମିରୁ ସେମାନେ ଉପହାର ଭୂମି ପାଇବେ, ତାହା ମହାପବିତ୍ର ହେବ।

13ଆଉ, ଯାଜକମାନଙ୍କର ସୀମାନୁସାରେ, ଲେବୀୟମାନେ ପଚିଶ ହଜାର ନଳ ଦୀର୍ଘ ଓ ଦଶ ହଜାର ନଳ ପ୍ରସ୍ଥ ଭୂମି ପାଇବେ; ସମୁଦାୟ ଭୂମିର ଦୀର୍ଘତା ପଚିଶ ହଜାର ଓ ପ୍ରସ୍ଥ ଦଶ ହଜାର ନଳ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.