15ଆଉ, ପଚିଶ ହଜାର ନଳ ଭୂମିର ସମ୍ମୁଖରେ ପ୍ରସ୍ଥ ପରିମାଣରେ ଯେଉଁ ପାଞ୍ଚ ହଜାର ନଳ ଅବଶିଷ୍ଟ ରହେ, ତାହା ସାଧାରଣ ବ୍ୟବହାର, ନଗର, ବସତି ସ୍ଥାନ ଓ ତଳଭୂମି ନିମନ୍ତେ ରହିବ ଓ ନଗର ତହିଁ ମଧ୍ୟସ୍ଥାନରେ ହେବ।
16ପୁଣି, ତହିଁର ପରିମାଣ ଏହିରୂପ ହେବ; ଉତ୍ତର ସୀମା ଚାରି ହଜାର ପାଞ୍ଚ ଶହ ନଳ, ଦକ୍ଷିଣ ସୀମା ଚାରି ହଜାର ପାଞ୍ଚ ଶହ, ପୂର୍ବ ସୀମା ଚାରି ହଜାର ପାଞ୍ଚ ଶହ ଓ ପଶ୍ଚିମ ସୀମା ଚାରି ହଜାର ପାଞ୍ଚ ଶହ ନଳ ହେବ।
17ଆଉ, ନଗରର ତଳଭୂମି ରହିବ; ଉତ୍ତର ଆଡ଼େ ଦୁଇ ଶହ ପଚାଶ ନଳ, ଦକ୍ଷିଣ ଆଡ଼େ ଦୁଇ ଶହ ପଚାଶ, ପୂର୍ବ ଆଡ଼େ ଦୁଇ ଶହ ପଚାଶ ଓ ପଶ୍ଚିମ ଆଡ଼େ ଦୁଇ ଶହ ପଚାଶ ନଳ ଭୂମି ରହିବ।
18ପୁଣି, ପବିତ୍ର ଉପହାର ଭୂମି ଦୀର୍ଘତାନୁସାରେ ଯେଉଁ ଅବଶିଷ୍ଟ ଭୂମି, ତାହା ପୂର୍ବ ପ୍ରତି ଦଶ ହଜାର; ପଶ୍ଚିମ ପ୍ରତି ଦଶ ହଜାର ନଳ ହେବ ଓ ତାହା ପବିତ୍ର ଉପହାର ଭୂମିର ସମ୍ମୁଖବର୍ତ୍ତୀ ହେବ ଓ ତଦ୍ୟୁତ୍ପନ୍ନ ଦ୍ରବ୍ୟ ନଗରର ପରିଶ୍ରମକାରୀମାନଙ୍କ ଭକ୍ଷ୍ୟ ନିମନ୍ତେ ହେବ।
19ଆଉ, ଇସ୍ରାଏଲର ଯାବତୀୟ ଗୋଷ୍ଠୀ ମଧ୍ୟରୁ ନଗରରେ ଶ୍ରମକାରୀମାନେ ତାହା କୃଷି କରିବେ।