16ପୁଣି, ତହିଁର ପରିମାଣ ଏହିରୂପ ହେବ; ଉତ୍ତର ସୀମା ଚାରି ହଜାର ପାଞ୍ଚ ଶହ ନଳ, ଦକ୍ଷିଣ ସୀମା ଚାରି ହଜାର ପାଞ୍ଚ ଶହ, ପୂର୍ବ ସୀମା ଚାରି ହଜାର ପାଞ୍ଚ ଶହ ଓ ପଶ୍ଚିମ ସୀମା ଚାରି ହଜାର ପାଞ୍ଚ ଶହ ନଳ ହେବ।
17ଆଉ, ନଗରର ତଳଭୂମି ରହିବ; ଉତ୍ତର ଆଡ଼େ ଦୁଇ ଶହ ପଚାଶ ନଳ, ଦକ୍ଷିଣ ଆଡ଼େ ଦୁଇ ଶହ ପଚାଶ, ପୂର୍ବ ଆଡ଼େ ଦୁଇ ଶହ ପଚାଶ ଓ ପଶ୍ଚିମ ଆଡ଼େ ଦୁଇ ଶହ ପଚାଶ ନଳ ଭୂମି ରହିବ।
18ପୁଣି, ପବିତ୍ର ଉପହାର ଭୂମି ଦୀର୍ଘତାନୁସାରେ ଯେଉଁ ଅବଶିଷ୍ଟ ଭୂମି, ତାହା ପୂର୍ବ ପ୍ରତି ଦଶ ହଜାର; ପଶ୍ଚିମ ପ୍ରତି ଦଶ ହଜାର ନଳ ହେବ ଓ ତାହା ପବିତ୍ର ଉପହାର ଭୂମିର ସମ୍ମୁଖବର୍ତ୍ତୀ ହେବ ଓ ତଦ୍ୟୁତ୍ପନ୍ନ ଦ୍ରବ୍ୟ ନଗରର ପରିଶ୍ରମକାରୀମାନଙ୍କ ଭକ୍ଷ୍ୟ ନିମନ୍ତେ ହେବ।
19ଆଉ, ଇସ୍ରାଏଲର ଯାବତୀୟ ଗୋଷ୍ଠୀ ମଧ୍ୟରୁ ନଗରରେ ଶ୍ରମକାରୀମାନେ ତାହା କୃଷି କରିବେ।
20ସମୁଦାୟ ଉପହାର ଭୂମି ପଚିଶ ହଜାର ନଳ ଦୀର୍ଘ ଓ ପଚିଶ ହଜାର ନଳ ପ୍ରସ୍ଥ ହେବ; ତୁମ୍ଭେମାନେ ନଗର ଅଧିକାର ସହିତ ଚତୁଃଷ୍କୋଣ ପବିତ୍ର ଉପହାର ଭୂମି ନିବେଦନ କରିବ।