ଯିହିଜିକଲ 48

ଆଉ, ଇସ୍ରାଏଲର ଯାବତୀୟ ଗୋଷ୍ଠୀ ମଧ୍ୟରୁ ନଗରରେ ଶ୍ରମକାରୀମାନେ ତାହା କୃଷି କରିବେ।

Ezekiel 48:19 (UKJV) And they that serve the city shall serve it out of all the tribes of Israel.

17ଆଉ, ନଗରର ତଳଭୂମି ରହିବ; ଉତ୍ତର ଆଡ଼େ ଦୁଇ ଶହ ପଚାଶ ନଳ, ଦକ୍ଷିଣ ଆଡ଼େ ଦୁଇ ଶହ ପଚାଶ, ପୂର୍ବ ଆଡ଼େ ଦୁଇ ଶହ ପଚାଶ ଓ ପଶ୍ଚିମ ଆଡ଼େ ଦୁଇ ଶହ ପଚାଶ ନଳ ଭୂମି ରହିବ।

18ପୁଣି, ପବିତ୍ର ଉପହାର ଭୂମି ଦୀର୍ଘତାନୁସାରେ ଯେଉଁ ଅବଶିଷ୍ଟ ଭୂମି, ତାହା ପୂର୍ବ ପ୍ରତି ଦଶ ହଜାର; ପଶ୍ଚିମ ପ୍ରତି ଦଶ ହଜାର ନଳ ହେବ ଓ ତାହା ପବିତ୍ର ଉପହାର ଭୂମିର ସମ୍ମୁଖବର୍ତ୍ତୀ ହେବ ଓ ତଦ୍ୟୁତ୍ପନ୍ନ ଦ୍ରବ୍ୟ ନଗରର ପରିଶ୍ରମକାରୀମାନଙ୍କ ଭକ୍ଷ୍ୟ ନିମନ୍ତେ ହେବ।

19ଆଉ, ଇସ୍ରାଏଲର ଯାବତୀୟ ଗୋଷ୍ଠୀ ମଧ୍ୟରୁ ନଗରରେ ଶ୍ରମକାରୀମାନେ ତାହା କୃଷି କରିବେ।

20ସମୁଦାୟ ଉପହାର ଭୂମି ପଚିଶ ହଜାର ନଳ ଦୀର୍ଘ ଓ ପଚିଶ ହଜାର ନଳ ପ୍ରସ୍ଥ ହେବ; ତୁମ୍ଭେମାନେ ନଗର ଅଧିକାର ସହିତ ଚତୁଃଷ୍କୋଣ ପବିତ୍ର ଉପହାର ଭୂମି ନିବେଦନ କରିବ।

21ପୁଣି, ପବିତ୍ର ଉପହାର ଭୂମିର ଓ ନଗର ଅଧିକାରର ଏପାଖରେ ଓ ସେପାଖରେ ଅବଶିଷ୍ଟ ଭୂମି ଅଧିପତିଙ୍କର ହେବ; ଅର୍ଥାତ୍‍, ଅନ୍ୟାନ୍ୟ ଅଂଶର ଅନୁସାରେ ପୂର୍ବ ସୀମା ଆଡ଼େ ପଚିଶ ହଜାର ନଳ ପରିମିତ ଉପହାର ଭୂମିର ସମ୍ମୁଖସ୍ଥ ଭୂମି ଓ ପଶ୍ଚିମ ଦିଗରେ ପଶ୍ଚିମ ଆଡ଼େ ପଚିଶ ହଜାର ନଳ ପରିମିତ ଭୂମିର ସମ୍ମୁଖସ୍ଥ ଭୂମି ଅଧିପତିଙ୍କର ହେବ; ଆଉ, ପବିତ୍ର ଉପହାର ଭୂମି ଓ ଗୃହର ପବିତ୍ର ସ୍ଥାନ ତହିଁର ମଧ୍ୟସ୍ଥିତ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.