ଯିହିଜିକଲ 48

ପୁଣି, ପବିତ୍ର ଉପହାର ଭୂମିର ଓ ନଗର ଅଧିକାରର ଏପାଖରେ ଓ ସେପାଖରେ ଅବଶିଷ୍ଟ ଭୂମି ଅଧିପତିଙ୍କର ହେବ; ଅର୍ଥାତ୍‍, ଅନ୍ୟାନ୍ୟ ଅଂଶର ଅନୁସାରେ ପୂର୍ବ ସୀମା ଆଡ଼େ ପଚିଶ ହଜାର ନଳ ପରିମିତ ଉପହାର ଭୂମିର ସମ୍ମୁଖସ୍ଥ ଭୂମି ଓ ପଶ୍ଚିମ ଦିଗରେ ପଶ୍ଚିମ ଆଡ଼େ ପଚିଶ ହଜାର ନଳ ପରିମିତ ଭୂମିର ସମ୍ମୁଖସ୍ଥ ଭୂମି ଅଧିପତିଙ୍କର ହେବ; ଆଉ, ପବିତ୍ର ଉପହାର ଭୂମି ଓ ଗୃହର ପବିତ୍ର ସ୍ଥାନ ତହିଁର ମଧ୍ୟସ୍ଥିତ ହେବ।

Ezekiel 48:21 (UKJV) And the residue shall be for the prince, on the one side and on the other of the holy oblation, and of the possession of the city, opposite to the five and twenty thousand of the oblation toward the east border, and westward opposite to the five and twenty thousand toward the west border, opposite to the portions for the prince: and it shall be the holy oblation; and the sanctuary of the house shall be in the midst thereof.

19ଆଉ, ଇସ୍ରାଏଲର ଯାବତୀୟ ଗୋଷ୍ଠୀ ମଧ୍ୟରୁ ନଗରରେ ଶ୍ରମକାରୀମାନେ ତାହା କୃଷି କରିବେ।

20ସମୁଦାୟ ଉପହାର ଭୂମି ପଚିଶ ହଜାର ନଳ ଦୀର୍ଘ ଓ ପଚିଶ ହଜାର ନଳ ପ୍ରସ୍ଥ ହେବ; ତୁମ୍ଭେମାନେ ନଗର ଅଧିକାର ସହିତ ଚତୁଃଷ୍କୋଣ ପବିତ୍ର ଉପହାର ଭୂମି ନିବେଦନ କରିବ।

21ପୁଣି, ପବିତ୍ର ଉପହାର ଭୂମିର ଓ ନଗର ଅଧିକାରର ଏପାଖରେ ଓ ସେପାଖରେ ଅବଶିଷ୍ଟ ଭୂମି ଅଧିପତିଙ୍କର ହେବ; ଅର୍ଥାତ୍‍, ଅନ୍ୟାନ୍ୟ ଅଂଶର ଅନୁସାରେ ପୂର୍ବ ସୀମା ଆଡ଼େ ପଚିଶ ହଜାର ନଳ ପରିମିତ ଉପହାର ଭୂମିର ସମ୍ମୁଖସ୍ଥ ଭୂମି ଓ ପଶ୍ଚିମ ଦିଗରେ ପଶ୍ଚିମ ଆଡ଼େ ପଚିଶ ହଜାର ନଳ ପରିମିତ ଭୂମିର ସମ୍ମୁଖସ୍ଥ ଭୂମି ଅଧିପତିଙ୍କର ହେବ; ଆଉ, ପବିତ୍ର ଉପହାର ଭୂମି ଓ ଗୃହର ପବିତ୍ର ସ୍ଥାନ ତହିଁର ମଧ୍ୟସ୍ଥିତ ହେବ।

22ଆହୁରି, ଅଧିପତିଙ୍କ ଅଂଶ ମଧ୍ୟସ୍ଥିତ ଲେବୀୟମାନଙ୍କ ଅଧିକାରର ସୀମା ଓ ନଗର ଅଧିକାରର ସୀମାଠାରୁ (ଯେଉଁ ଭୂମି) ଯିହୁଦା ଓ ବିନ୍ୟାମୀନ୍‍ର ସୀମାର ମଧ୍ୟବର୍ତ୍ତୀ ଅଛି, ତାହା ଅଧିପତିଙ୍କ ପାଇଁ ହେବ।

23ଅବଶିଷ୍ଟ ଗୋଷ୍ଠୀମାନଙ୍କ ବିଷୟ: ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ବିନ୍ୟାମୀନ୍‍ର ଏକ ଅଂଶ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.