20ସମୁଦାୟ ଉପହାର ଭୂମି ପଚିଶ ହଜାର ନଳ ଦୀର୍ଘ ଓ ପଚିଶ ହଜାର ନଳ ପ୍ରସ୍ଥ ହେବ; ତୁମ୍ଭେମାନେ ନଗର ଅଧିକାର ସହିତ ଚତୁଃଷ୍କୋଣ ପବିତ୍ର ଉପହାର ଭୂମି ନିବେଦନ କରିବ।
21ପୁଣି, ପବିତ୍ର ଉପହାର ଭୂମିର ଓ ନଗର ଅଧିକାରର ଏପାଖରେ ଓ ସେପାଖରେ ଅବଶିଷ୍ଟ ଭୂମି ଅଧିପତିଙ୍କର ହେବ; ଅର୍ଥାତ୍, ଅନ୍ୟାନ୍ୟ ଅଂଶର ଅନୁସାରେ ପୂର୍ବ ସୀମା ଆଡ଼େ ପଚିଶ ହଜାର ନଳ ପରିମିତ ଉପହାର ଭୂମିର ସମ୍ମୁଖସ୍ଥ ଭୂମି ଓ ପଶ୍ଚିମ ଦିଗରେ ପଶ୍ଚିମ ଆଡ଼େ ପଚିଶ ହଜାର ନଳ ପରିମିତ ଭୂମିର ସମ୍ମୁଖସ୍ଥ ଭୂମି ଅଧିପତିଙ୍କର ହେବ; ଆଉ, ପବିତ୍ର ଉପହାର ଭୂମି ଓ ଗୃହର ପବିତ୍ର ସ୍ଥାନ ତହିଁର ମଧ୍ୟସ୍ଥିତ ହେବ।
22ଆହୁରି, ଅଧିପତିଙ୍କ ଅଂଶ ମଧ୍ୟସ୍ଥିତ ଲେବୀୟମାନଙ୍କ ଅଧିକାରର ସୀମା ଓ ନଗର ଅଧିକାରର ସୀମାଠାରୁ (ଯେଉଁ ଭୂମି) ଯିହୁଦା ଓ ବିନ୍ୟାମୀନ୍ର ସୀମାର ମଧ୍ୟବର୍ତ୍ତୀ ଅଛି, ତାହା ଅଧିପତିଙ୍କ ପାଇଁ ହେବ।
23ଅବଶିଷ୍ଟ ଗୋଷ୍ଠୀମାନଙ୍କ ବିଷୟ: ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ବିନ୍ୟାମୀନ୍ର ଏକ ଅଂଶ।
24ବିନ୍ୟାମୀନ୍ର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଶିମୀୟୋନର ଏକ ଅଂଶ