22ଆହୁରି, ଅଧିପତିଙ୍କ ଅଂଶ ମଧ୍ୟସ୍ଥିତ ଲେବୀୟମାନଙ୍କ ଅଧିକାରର ସୀମା ଓ ନଗର ଅଧିକାରର ସୀମାଠାରୁ (ଯେଉଁ ଭୂମି) ଯିହୁଦା ଓ ବିନ୍ୟାମୀନ୍ର ସୀମାର ମଧ୍ୟବର୍ତ୍ତୀ ଅଛି, ତାହା ଅଧିପତିଙ୍କ ପାଇଁ ହେବ।
23ଅବଶିଷ୍ଟ ଗୋଷ୍ଠୀମାନଙ୍କ ବିଷୟ: ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ବିନ୍ୟାମୀନ୍ର ଏକ ଅଂଶ।
24ବିନ୍ୟାମୀନ୍ର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଶିମୀୟୋନର ଏକ ଅଂଶ
25ପୁଣି, ଶିମୀୟୋନର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଇଷାଖରର ଏକ ଅଂଶ।
26ଆଉ, ଇଷାଖରର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ସବୂଲୂନର ଏକ ଅଂଶ।