ଯିହିଜିକଲ 48

ପୁଣି, ଗାଦ୍‍ର ସୀମା ନିକଟସ୍ଥ ଦକ୍ଷିଣ ଆଡ଼େ ଦକ୍ଷିଣ ସୀମା ନିକଟରେ ତାମରଠାରୁ ମରୀବତ୍‍-କାଦେଶସ୍ଥ ଜଳ ପର୍ଯ୍ୟନ୍ତ, ଅର୍ଥାତ୍‍, ମିସରର ନଦୀ ଓ ମହାସମୁଦ୍ର ପର୍ଯ୍ୟନ୍ତ (ଦେଶର) ସୀମା ହେବ।

Ezekiel 48:28 (UKJV) And by the border of Gad, at the south side southward, the border shall be even from Tamar unto the waters of strife in Kadesh, and to the river toward the great sea.

26ଆଉ, ଇଷାଖରର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ସବୂଲୂନର ଏକ ଅଂଶ।

27ସବୂଲୂନର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଗାଦ୍‍ର ଏକ ଅଂଶ।

28ପୁଣି, ଗାଦ୍‍ର ସୀମା ନିକଟସ୍ଥ ଦକ୍ଷିଣ ଆଡ଼େ ଦକ୍ଷିଣ ସୀମା ନିକଟରେ ତାମରଠାରୁ ମରୀବତ୍‍-କାଦେଶସ୍ଥ ଜଳ ପର୍ଯ୍ୟନ୍ତ, ଅର୍ଥାତ୍‍, ମିସରର ନଦୀ ଓ ମହାସମୁଦ୍ର ପର୍ଯ୍ୟନ୍ତ (ଦେଶର) ସୀମା ହେବ।

29ତୁମ୍ଭେମାନେ ଇସ୍ରାଏଲ ଗୋଷ୍ଠୀଗଣର ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ଗୁଲିବାଣ୍ଟ ଦ୍ୱାରା ବିଭାଗ କରିବ, ତାହା ଏହି ଓ ଏହିସବୁ ସେମାନଙ୍କର ଭିନ୍ନ ଭିନ୍ନ ଅଂଶ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।

30ଆଉ, ଏହିସବୁ ନଗରର ନିର୍ଗମନ ସ୍ଥାନ ହେବ; ଉତ୍ତର ଆଡ଼େ ଚାରି ହଜାର ପାଞ୍ଚ ଶହ ଦଣ୍ଡ ପରିମିତ ଭୂମି

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.