1ଗୋଷ୍ଠୀବର୍ଗଙ୍କର ଏହି ଏହି ନାମ: ହମାତ୍ର ପ୍ରବେଶ ସ୍ଥାନକୁ ଯିବାର ହିତ୍ଲୋନର ପଥ ନିକଟସ୍ଥ ଉତ୍ତର ପ୍ରାନ୍ତ ସୀମାଠାରୁ ଦମ୍ମେଶକର ସୀମା ନିକଟସ୍ଥ ହତ୍ସର-ଐନନ୍, ହମାତ୍ ପାର୍ଶ୍ୱସ୍ଥ ଉତ୍ତର ଦିଗ ପର୍ଯ୍ୟନ୍ତ; ଆଉ, ତହିଁର ପୂର୍ବ ଓ ପଶ୍ଚିମ ସୀମା ହେବ; ଦାନ୍, ଏକ ଅଂଶ।
2ଆଉ, ଦାନ୍ର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଆଶେର, ଏକ ଅଂଶ।
3ପୁଣି, ଆଶେରର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ନପ୍ତାଲି, ଏକ ଅଂଶ
4ଓ ନପ୍ତାଲିର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ମନଃଶି, ଏକ ଅଂଶ।
5ଆଉ, ମନଃଶିର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଇଫ୍ରୟିମ, ଏକ ଅଂଶ।