28ପୁଣି, ଗାଦ୍ର ସୀମା ନିକଟସ୍ଥ ଦକ୍ଷିଣ ଆଡ଼େ ଦକ୍ଷିଣ ସୀମା ନିକଟରେ ତାମରଠାରୁ ମରୀବତ୍-କାଦେଶସ୍ଥ ଜଳ ପର୍ଯ୍ୟନ୍ତ, ଅର୍ଥାତ୍, ମିସରର ନଦୀ ଓ ମହାସମୁଦ୍ର ପର୍ଯ୍ୟନ୍ତ (ଦେଶର) ସୀମା ହେବ।
29ତୁମ୍ଭେମାନେ ଇସ୍ରାଏଲ ଗୋଷ୍ଠୀଗଣର ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ଗୁଲିବାଣ୍ଟ ଦ୍ୱାରା ବିଭାଗ କରିବ, ତାହା ଏହି ଓ ଏହିସବୁ ସେମାନଙ୍କର ଭିନ୍ନ ଭିନ୍ନ ଅଂଶ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
30ଆଉ, ଏହିସବୁ ନଗରର ନିର୍ଗମନ ସ୍ଥାନ ହେବ; ଉତ୍ତର ଆଡ଼େ ଚାରି ହଜାର ପାଞ୍ଚ ଶହ ଦଣ୍ଡ ପରିମିତ ଭୂମି
31ଓ ନଗରର ଦ୍ୱାରସକଳ ଇସ୍ରାଏଲ ଗୋଷ୍ଠୀଗଣର ନାମାନୁସାରେ ହେବ; ଉତ୍ତର ଆଡ଼େ ତିନି ଦ୍ୱାର ହେବ; ଅର୍ଥାତ୍, ରୁବେନ୍ର ଏକ ଦ୍ୱାର; ଯିହୁଦାର ଏକ ଦ୍ୱାର; ଲେବୀର ଏକ ଦ୍ୱାର;
32ପୁଣି, ପୂର୍ବ ଆଡ଼େ ଚାରି ହଜାର ପାଞ୍ଚ ଶହ ଦଣ୍ଡ ଭୂମି ଓ ତିନି ଦ୍ୱାର ହେବ; ଅର୍ଥାତ୍, ଯୋଷେଫର ଏକ ଦ୍ୱାର, ବିନ୍ୟାମୀନ୍ର ଏକ ଦ୍ୱାର, ଦାନ୍ର ଏକ ଦ୍ୱାର;