ଯିହିଜିକଲ 48

ଓ ନଗରର ଦ୍ୱାରସକଳ ଇସ୍ରାଏଲ ଗୋଷ୍ଠୀଗଣର ନାମାନୁସାରେ ହେବ; ଉତ୍ତର ଆଡ଼େ ତିନି ଦ୍ୱାର ହେବ; ଅର୍ଥାତ୍‍, ରୁବେନ୍‍ର ଏକ ଦ୍ୱାର; ଯିହୁଦାର ଏକ ଦ୍ୱାର; ଲେବୀର ଏକ ଦ୍ୱାର;

Ezekiel 48:31 (UKJV) And the gates of the city shall be after the names of the tribes of Israel: three gates northward; one gate of Reuben, one gate of Judah, one gate of Levi.

29ତୁମ୍ଭେମାନେ ଇସ୍ରାଏଲ ଗୋଷ୍ଠୀଗଣର ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ଗୁଲିବାଣ୍ଟ ଦ୍ୱାରା ବିଭାଗ କରିବ, ତାହା ଏହି ଓ ଏହିସବୁ ସେମାନଙ୍କର ଭିନ୍ନ ଭିନ୍ନ ଅଂଶ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।

30ଆଉ, ଏହିସବୁ ନଗରର ନିର୍ଗମନ ସ୍ଥାନ ହେବ; ଉତ୍ତର ଆଡ଼େ ଚାରି ହଜାର ପାଞ୍ଚ ଶହ ଦଣ୍ଡ ପରିମିତ ଭୂମି

31ଓ ନଗରର ଦ୍ୱାରସକଳ ଇସ୍ରାଏଲ ଗୋଷ୍ଠୀଗଣର ନାମାନୁସାରେ ହେବ; ଉତ୍ତର ଆଡ଼େ ତିନି ଦ୍ୱାର ହେବ; ଅର୍ଥାତ୍‍, ରୁବେନ୍‍ର ଏକ ଦ୍ୱାର; ଯିହୁଦାର ଏକ ଦ୍ୱାର; ଲେବୀର ଏକ ଦ୍ୱାର;

32ପୁଣି, ପୂର୍ବ ଆଡ଼େ ଚାରି ହଜାର ପାଞ୍ଚ ଶହ ଦଣ୍ଡ ଭୂମି ଓ ତିନି ଦ୍ୱାର ହେବ; ଅର୍ଥାତ୍‍, ଯୋଷେଫର ଏକ ଦ୍ୱାର, ବିନ୍ୟାମୀନ୍‍ର ଏକ ଦ୍ୱାର, ଦାନ୍‍ର ଏକ ଦ୍ୱାର;

33ଆଉ, ଦକ୍ଷିଣ ଆଡ଼େ ଚାରି ହଜାର ପାଞ୍ଚ ଶହ ଦଣ୍ଡ ପରିମିତ ଭୂମି ଓ ତିନି ଦ୍ୱାର ହେବ; ଶିମୀୟୋନର ଏକ ଦ୍ୱାର; ଇଷାଖରର ଏକ ଦ୍ୱାର; ସବୂଲୂନର ଏକ ଦ୍ୱାର;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.