5ଆଉ, ମନଃଶିର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଇଫ୍ରୟିମ, ଏକ ଅଂଶ।
6ଇଫ୍ରୟିମର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ରୁବେନ୍, ଏକ ଅଂଶ।
7ଆଉ, ରୁବେନ୍ର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଯିହୁଦା, ଏକ ଅଂଶ।
8ପୁଣି, ଯିହୁଦାର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଦତ୍ତ ଉପହାର ଭୂମି ରହିବ, ତାହା ପ୍ରସ୍ଥରେ ପଚିଶ ହଜାର ଦଣ୍ଡ ଓ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ ଦୀର୍ଘତାରେ ଅନ୍ୟାନ୍ୟ ଅଂଶର ସମାନ ହେବ; ପୁଣି, ତହିଁର ମଧ୍ୟସ୍ଥାନରେ ଧର୍ମଧାମ ହେବ।
9ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଭୂମି ନିବେଦନ କରିବ, ତାହା ଦୀର୍ଘରେ ପଚିଶ ହଜାର ଓ ପ୍ରସ୍ଥରେ ଦଶ ହଜାର ନଳ ହେବ।