7ଆଉ, ରୁବେନ୍ର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଯିହୁଦା, ଏକ ଅଂଶ।
8ପୁଣି, ଯିହୁଦାର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଦତ୍ତ ଉପହାର ଭୂମି ରହିବ, ତାହା ପ୍ରସ୍ଥରେ ପଚିଶ ହଜାର ଦଣ୍ଡ ଓ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ ଦୀର୍ଘତାରେ ଅନ୍ୟାନ୍ୟ ଅଂଶର ସମାନ ହେବ; ପୁଣି, ତହିଁର ମଧ୍ୟସ୍ଥାନରେ ଧର୍ମଧାମ ହେବ।
9ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଭୂମି ନିବେଦନ କରିବ, ତାହା ଦୀର୍ଘରେ ପଚିଶ ହଜାର ଓ ପ୍ରସ୍ଥରେ ଦଶ ହଜାର ନଳ ହେବ।
10ସେହି ପବିତ୍ର ଉପହାର ଭୂମି ଏମାନଙ୍କ ପାଇଁ, ଅର୍ଥାତ୍, ଯାଜକମାନଙ୍କ ପାଇଁ ହେବ; ତାହା ଉତ୍ତର ଆଡ଼େ ପଚିଶ ହଜାର ନଳ ଦୀର୍ଘ ଓ ପଶ୍ଚିମ ଆଡ଼େ ଦଶ ହଜାର ନଳ ପ୍ରସ୍ଥ, ପୂର୍ବ ଆଡ଼େ ଦଶ ହଜାର ନଳ ପ୍ରସ୍ଥ ଓ ଦକ୍ଷିଣ ଆଡ଼େ ପଚିଶ ହଜାର ନଳ ଦୀର୍ଘ ହେବ; ତହିଁର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ଧର୍ମଧାମ ହେବ।
11ତାହା ସାଦୋକର ସନ୍ତାନଗଣ ମଧ୍ୟରୁ ପବିତ୍ରୀକୃତ ଯାଜକମାନଙ୍କ ନିମନ୍ତେ ହେବ, ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିଅଛନ୍ତି; ଇସ୍ରାଏଲର ସନ୍ତାନଗଣ ବିପଥଗାମୀ ହେବା ସମୟରେ ଲେବୀୟମାନେ ଯେପରି ବିପଥଗାମୀ ହେଲେ, ସେମାନେ ସେହିପରି ବିପଥଗାମୀ ହେଲେ ନାହିଁ।