1“ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଏକ ତୀକ୍ଷ୍ଣ ଖଡ୍ଗ, ବାରିକର କ୍ଷୁର ପରି ନେଇ ଆପଣା ମସ୍ତକ ଓ ଦାଢ଼ି ଉପରେ ଚଳାଇବ; ତହୁଁ ନିକିତି ନେଇ ସେହି କେଶ ତୌଲି ଭାଗ ଭାଗ କରିବ।
2ତହିଁର ତୃତୀୟାଂଶ ନେଇ ଅବରୋଧ କାଳ ସମାପ୍ତ ହେଲେ ନଗରର ମଧ୍ୟସ୍ଥାନରେ ଅଗ୍ନିରେ ଦଗ୍ଧ କରିବ; ପୁଣି, ତୃତୀୟାଂଶ ନେଇ ତହିଁର ଚତୁର୍ଦ୍ଦିଗରେ ଖଡ୍ଗରେ କାଟିବ; ଆଉ, ତୃତୀୟାଂଶ ନେଇ ବାୟୁରେ ଉଡ଼ାଇ ଦେବ ଓ ଆମ୍ଭେ ତହିଁର ପଛେ ପଛେ ଖଡ୍ଗ ନିଷ୍କୋଷ କରିବା।
3ପୁଣି, ତୁମ୍ଭେ ଅଳ୍ପସଂଖ୍ୟକ କେଶ ନେଇ ଆପଣା ବସ୍ତ୍ରର ଅଞ୍ଚଳରେ ବାନ୍ଧିବ