8ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭର ବିପକ୍ଷ ଅଟୁ ଓ ଆମ୍ଭେ ଗୋଷ୍ଠୀଗଣର ସାକ୍ଷାତରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା।
9ପୁଣି, ଯାହା ଆମ୍ଭେ କରି ନାହୁଁ ଓ ଯହିଁର ତୁଲ୍ୟ ଆଉ ଆମ୍ଭେ କରିବା ନାହିଁ, ଏପରି କର୍ମ, ତୁମ୍ଭମାନଙ୍କର ଘୃଣାଯୋଗ୍ୟ ସକଳ କ୍ରିୟା ସକାଶୁ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ କରିବା।
10ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ପିତୃଗଣ ସନ୍ତାନଗଣକୁ ଭୋଜନ କରିବେ ଓ ସନ୍ତାନମାନେ ଆପଣା ଆପଣା ପିତାକୁ ଭୋଜନ କରିବେ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା ଓ ତୁମ୍ଭର ସମଗ୍ର ଅବଶିଷ୍ଟାଂଶକୁ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା।
11ଏହେତୁ ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେ ଆପଣାର ତୁଚ୍ଛ ବସ୍ତୁସକଳ ଦ୍ୱାରା ଓ ଆପଣାର ସବୁ ଘୃଣାଯୋଗ୍ୟ କର୍ମ ଦ୍ୱାରା ଆମ୍ଭର ପବିତ୍ର ସ୍ଥାନ ଅଶୁଚି କରିଅଛ, ଏଥିପାଇଁ ଆମ୍ଭେ ଜୀବିତ ଥିବା ପ୍ରମାଣେ ଆମ୍ଭେ ହିଁ ତୁମ୍ଭକୁ ହ୍ରାସ କରିବା; ଆହୁରି, ଚକ୍ଷୁଲଜ୍ଜା କରିବା ନାହିଁ, ମଧ୍ୟ ଆମ୍ଭେ କିଛି ଦୟା କରିବା ନାହିଁ।
12ତୁମ୍ଭର ତୃତୀୟାଂଶ ମହାମାରୀରେ ମରିବେ, ଆଉ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭ ମଧ୍ୟରେ ସେମାନେ କ୍ଷୟ ପାଇବେ; ପୁଣି, ତୃତୀୟାଂଶ ଖଡ୍ଗ ଦ୍ୱାରା ତୁମ୍ଭ ଚତୁର୍ଦ୍ଦିଗରେ ପତିତ ହେବେ; ଆଉ ତୃତୀୟାଂଶକୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କର ପଶ୍ଚାତ ଖଡ୍ଗ ନିଷ୍କୋଷ କରିବା।