12ତୁମ୍ଭର ତୃତୀୟାଂଶ ମହାମାରୀରେ ମରିବେ, ଆଉ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭ ମଧ୍ୟରେ ସେମାନେ କ୍ଷୟ ପାଇବେ; ପୁଣି, ତୃତୀୟାଂଶ ଖଡ୍ଗ ଦ୍ୱାରା ତୁମ୍ଭ ଚତୁର୍ଦ୍ଦିଗରେ ପତିତ ହେବେ; ଆଉ ତୃତୀୟାଂଶକୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କର ପଶ୍ଚାତ ଖଡ୍ଗ ନିଷ୍କୋଷ କରିବା।
13ଏହି ପ୍ରକାରେ ଆମ୍ଭର କ୍ରୋଧ ସଫଳ ହେବ ଓ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସାଧି ଶାନ୍ତ ହେବା; ତହିଁରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସଫଳ କଲା ଉତ୍ତାରେ ଆମ୍ଭେ ସଦାପ୍ରଭୁ, ଆପଣା ଅନ୍ତର୍ଜ୍ୱାଳାରେ ଯେ ଏ କଥା କହିଅଛୁ, ଏହା ସେମାନେ ଜାଣିବେ।
14ଆହୁରି, ଆମ୍ଭେ ତୁମ୍ଭର ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ମଧ୍ୟରେ ତୁମ୍ଭକୁ ପଥିକମାନଙ୍କ ଦୃଷ୍ଟିରେ ଉତ୍ସନ୍ନ ସ୍ଥାନ ଓ ନିନ୍ଦାର ପାତ୍ର କରିବା।
15ଏହିରୂପେ ଯେତେବେଳେ ଆମ୍ଭେ କ୍ରୋଧରେ, କୋପରେ ଓ କୋପଯୁକ୍ତ ଭର୍ତ୍ସନାରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା, ସେତେବେଳେ ତୁମ୍ଭ ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ନିକଟରେ ତାହା ନିନ୍ଦାର, ଉପହାସର, ଶିକ୍ଷାର ଓ ଆଶ୍ଚର୍ଯ୍ୟର ବିଷୟ ହେବ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ;
16ଆମ୍ଭେ ସେଠାସ୍ଥିତ ଲୋକମାନଙ୍କ ପ୍ରତି ବିନାଶାର୍ଥକ ଦୁର୍ଭିକ୍ଷରୂପ କ୍ରୂର ତୀରଗୁଡ଼ିକ ପଠାଇବା, ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତାହା ପଠାଇବା ଓ ଆମ୍ଭେ ତୁମ୍ଭମାନଙ୍କ ଉପରେ ଦୁର୍ଭିକ୍ଷ ବୃଦ୍ଧି କରିବା ଓ ତୁମ୍ଭମାନଙ୍କର ଅନ୍ନରୂପ ଯଷ୍ଟି ଭାଙ୍ଗି ପକାଇବା;