14ଆହୁରି, ଆମ୍ଭେ ତୁମ୍ଭର ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ମଧ୍ୟରେ ତୁମ୍ଭକୁ ପଥିକମାନଙ୍କ ଦୃଷ୍ଟିରେ ଉତ୍ସନ୍ନ ସ୍ଥାନ ଓ ନିନ୍ଦାର ପାତ୍ର କରିବା।
15ଏହିରୂପେ ଯେତେବେଳେ ଆମ୍ଭେ କ୍ରୋଧରେ, କୋପରେ ଓ କୋପଯୁକ୍ତ ଭର୍ତ୍ସନାରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା, ସେତେବେଳେ ତୁମ୍ଭ ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ନିକଟରେ ତାହା ନିନ୍ଦାର, ଉପହାସର, ଶିକ୍ଷାର ଓ ଆଶ୍ଚର୍ଯ୍ୟର ବିଷୟ ହେବ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ;
16ଆମ୍ଭେ ସେଠାସ୍ଥିତ ଲୋକମାନଙ୍କ ପ୍ରତି ବିନାଶାର୍ଥକ ଦୁର୍ଭିକ୍ଷରୂପ କ୍ରୂର ତୀରଗୁଡ଼ିକ ପଠାଇବା, ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତାହା ପଠାଇବା ଓ ଆମ୍ଭେ ତୁମ୍ଭମାନଙ୍କ ଉପରେ ଦୁର୍ଭିକ୍ଷ ବୃଦ୍ଧି କରିବା ଓ ତୁମ୍ଭମାନଙ୍କର ଅନ୍ନରୂପ ଯଷ୍ଟି ଭାଙ୍ଗି ପକାଇବା;
17ଆଉ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୁର୍ଭିକ୍ଷ ଓ ହିଂସ୍ରକ ଜନ୍ତୁମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ନିଃସନ୍ତାନ କରିବେ; ମହାମାରୀ ଓ ରକ୍ତ ତୁମ୍ଭମାନଙ୍କର ମଧ୍ୟଦେଇ ଯିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ଆଣିବା; ଆମ୍ଭେ ସଦାପ୍ରଭୁ ଏହି କଥା କହିଅଛୁ।”