ଯିହିଜିକଲ 5

ଆଉ, ସେ ଦୁଷ୍ଟତା କରି ସେହି ଗୋଷ୍ଠୀଗଣ ଅପେକ୍ଷା ଆମ୍ଭ ଶାସନାବଳି ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥିତ ଦେଶସମୂହର ଅପେକ୍ଷା ଆମ୍ଭ ବିଧିସକଳର ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛି; କାରଣ ସେମାନେ ଆମ୍ଭର ଶାସନାବଳି ଅଗ୍ରାହ୍ୟ କରିଅଛନ୍ତି ଓ ଆମ୍ଭର ବିଧିରୂପ ପଥରେ ଗମନ କରି ନାହାନ୍ତି!

Ezekiel 5:6 (UKJV) And she has changed my judgments into wickedness more than the nations, and my statutes more than the countries that are round about her: for they have refused my judgments and my statutes, they have not walked in them.

4ଓ ତହିଁ ମଧ୍ୟରୁ ହିଁ କିଛି ନେଇ ଅଗ୍ନି ମଧ୍ୟରେ ପକାଇ ଦଗ୍ଧ କରିବ, ତହିଁରୁ ଅଗ୍ନି ନିର୍ଗତ ହୋଇ ଇସ୍ରାଏଲ ବଂଶ ମଧ୍ୟକୁ ଆସିବ।

5ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଏ ଯିରୂଶାଲମ; ଆମ୍ଭେ ଏହାକୁ ଗୋଷ୍ଠୀଗଣ ମଧ୍ୟରେ ସ୍ଥାପନ କରିଅଛୁ ଓ ତାହାର ଚତୁର୍ଦ୍ଦିଗରେ ନାନା ଦେଶ ଅଛି।

6ଆଉ, ସେ ଦୁଷ୍ଟତା କରି ସେହି ଗୋଷ୍ଠୀଗଣ ଅପେକ୍ଷା ଆମ୍ଭ ଶାସନାବଳି ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥିତ ଦେଶସମୂହର ଅପେକ୍ଷା ଆମ୍ଭ ବିଧିସକଳର ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛି; କାରଣ ସେମାନେ ଆମ୍ଭର ଶାସନାବଳି ଅଗ୍ରାହ୍ୟ କରିଅଛନ୍ତି ଓ ଆମ୍ଭର ବିଧିରୂପ ପଥରେ ଗମନ କରି ନାହାନ୍ତି!

7ଏହେତୁ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ଅପେକ୍ଷା ଅଧିକ ଗଣ୍ଡଗୋଳକାରୀ ଅଟ ଓ ଆମ୍ଭ ବିଧିରୂପ ପଥରେ ଗମନ କରି ନାହଁ, କିଅବା ଆମ୍ଭର ଶାସନସକଳ ପାଳନ କରି ନାହଁ, ଅଥବା ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣର ବିଧାନାନୁସାରେ କର୍ମ କରି ନାହଁ

8ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭର ବିପକ୍ଷ ଅଟୁ ଓ ଆମ୍ଭେ ଗୋଷ୍ଠୀଗଣର ସାକ୍ଷାତରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.