ଯିହିଜିକଲ 6

ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,

Ezekiel 6:1 (UKJV) And the word of the LORD came unto me, saying,

1ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,

2“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ପ୍ରତି ଆପଣା ମୁଖ କରି ସେମାନଙ୍କ ପ୍ରତି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର,

3ଆଉ, କୁହ, ହେ ଇସ୍ରାଏଲର ପର୍ବତଗଣ ତୁମ୍ଭେମାନେ ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ପର୍ବତଗଣକୁ ଓ ଉପପର୍ବତଗଣକୁ, ଜଳପ୍ରଣାଳୀ ଓ ଉପତ୍ୟକା ସମୂହକୁ ଏହି କଥା କହନ୍ତି; ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ଖଡ୍ଗ ଆଣିବା ଓ ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚସ୍ଥଳୀସକଳ ବିନଷ୍ଟ କରିବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.