ଯିହିଜିକଲ 6

ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ; ଆମ୍ଭେ ସେମାନଙ୍କ ପ୍ରତି ଏହି ଅମଙ୍ଗଳ ଘଟାଇବାର କଥା ବୃଥା କହି ନାହୁଁ।”

Ezekiel 6:10 (UKJV) And they shall know that I am the LORD, and that I have not said in vain that I would do this evil unto them.

8ତଥାପି ଆମ୍ଭେ ଏକ ଅବଶିଷ୍ଟାଂଶ ରଖିବା, ତୁମ୍ଭେମାନେ ନାନା ଦେଶରେ ଛିନ୍ନଭିନ୍ନ ହେବା ସମୟରେ ତୁମ୍ଭମାନଙ୍କର କେତେକ ଲୋକ ଗୋଷ୍ଠୀଗଣ ମଧ୍ୟରେ ଖଡ୍ଗରୁ ରକ୍ଷା ପାଇବେ।

9ପୁଣି, ତୁମ୍ଭମାନଙ୍କର ସେହି ରକ୍ଷାପ୍ରାପ୍ତ ଲୋକମାନେ ଯେଉଁ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟକୁ ବନ୍ଦୀ ଅବସ୍ଥାରେ ନୀତ ହେବେ, ସେମାନଙ୍କ ମଧ୍ୟରେ ଥାଇ ଆମ୍ଭକୁ ସ୍ମରଣ କରିବେ, ଅର୍ଥାତ୍‍, ସେମାନଙ୍କର ଯେଉଁ ବ୍ୟଭିଚାରୀ ହୃଦୟ ଆମ୍ଭକୁ ତ୍ୟାଗ କରି ଯାଇଅଛି ଓ ସେମାନଙ୍କର ଯେଉଁ ଚକ୍ଷୁ ବ୍ୟଭିଚାରୀ ହୋଇ ଦେବତାଗଣର ପଶ୍ଚାତ ଗମନ କରେ, ତହିଁ ସକାଶୁ ଆମ୍ଭେ କିପରି ବିଦୀର୍ଣ୍ଣ ହୋଇଅଛୁ, ଏହା ସେମାନେ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣାର ସକଳ ଘୃଣାଯୋଗ୍ୟ ଆଚାର ବ୍ୟବହାର ଦ୍ୱାରା ଯେଉଁ ଦୁଷ୍କ୍ରିୟା କରିଅଛନ୍ତି, ତହିଁ ନିମନ୍ତେ ସେମାନେ ଆପଣାମାନଙ୍କ ଦୃଷ୍ଟିରେ ଆପଣାମାନଙ୍କୁ ଘୃଣା କରିବେ।

10ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ; ଆମ୍ଭେ ସେମାନଙ୍କ ପ୍ରତି ଏହି ଅମଙ୍ଗଳ ଘଟାଇବାର କଥା ବୃଥା କହି ନାହୁଁ।”

11ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ କରାଘାତ, ପଦାଘାତ କର ଓ ଇସ୍ରାଏଲ ବଂଶର ସକଳ ଘୃଣାଯୋଗ୍ୟ ଦୁଷ୍କ୍ରିୟା ସକାଶୁ କୁହ, ହାୟ ହାୟ! କାରଣ ସେମାନେ ଖଡ୍ଗରେ, ଦୁର୍ଭିକ୍ଷରେ ଓ ମହାମାରୀରେ ପତିତ ହେବେ।

12ଯେଉଁ ଲୋକ ଦୂରରେ ଅଛି, ସେ ମହାମାରୀରେ ମରିବ; ଯେଉଁ ଲୋକ ନିକଟରେ ଅଛି, ସେ ଖଡ୍ଗ ଦ୍ୱାରା ପତିତ ହେବ; ଯେଉଁ ଲୋକ ଅବଶିଷ୍ଟ ରହେ ଓ ଅବରୁଦ୍ଧ ହୁଏ, ସେ ଦୁର୍ଭିକ୍ଷରେ ମରିବ; ଏହି ପ୍ରକାରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସମ୍ପନ୍ନ କରିବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.