1ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
2“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ପ୍ରତି ଆପଣା ମୁଖ କରି ସେମାନଙ୍କ ପ୍ରତି ଭବିଷ୍ୟଦ୍ବାକ୍ୟ ପ୍ରଚାର କର,
3ଆଉ, କୁହ, ହେ ଇସ୍ରାଏଲର ପର୍ବତଗଣ ତୁମ୍ଭେମାନେ ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ପର୍ବତଗଣକୁ ଓ ଉପପର୍ବତଗଣକୁ, ଜଳପ୍ରଣାଳୀ ଓ ଉପତ୍ୟକା ସମୂହକୁ ଏହି କଥା କହନ୍ତି; ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ଖଡ୍ଗ ଆଣିବା ଓ ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚସ୍ଥଳୀସକଳ ବିନଷ୍ଟ କରିବା।
4ପୁଣି, ତୁମ୍ଭମାନଙ୍କର ଯଜ୍ଞବେଦିମାନ ଧ୍ୱଂସ ଓ ତୁମ୍ଭମାନଙ୍କ ସୂର୍ଯ୍ୟପ୍ରତିମାଗଣ ଭଗ୍ନ ହେବେ ଓ ଆମ୍ଭେ ତୁମ୍ଭମାନଙ୍କର ହତ ଲୋକମାନଙ୍କୁ ତୁମ୍ଭମାନଙ୍କ ଦେବତାଗଣର ସମ୍ମୁଖରେ ପକାଇଦେବା।