3ଆଉ, କୁହ, ହେ ଇସ୍ରାଏଲର ପର୍ବତଗଣ ତୁମ୍ଭେମାନେ ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ପର୍ବତଗଣକୁ ଓ ଉପପର୍ବତଗଣକୁ, ଜଳପ୍ରଣାଳୀ ଓ ଉପତ୍ୟକା ସମୂହକୁ ଏହି କଥା କହନ୍ତି; ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ଖଡ୍ଗ ଆଣିବା ଓ ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚସ୍ଥଳୀସକଳ ବିନଷ୍ଟ କରିବା।
4ପୁଣି, ତୁମ୍ଭମାନଙ୍କର ଯଜ୍ଞବେଦିମାନ ଧ୍ୱଂସ ଓ ତୁମ୍ଭମାନଙ୍କ ସୂର୍ଯ୍ୟପ୍ରତିମାଗଣ ଭଗ୍ନ ହେବେ ଓ ଆମ୍ଭେ ତୁମ୍ଭମାନଙ୍କର ହତ ଲୋକମାନଙ୍କୁ ତୁମ୍ଭମାନଙ୍କ ଦେବତାଗଣର ସମ୍ମୁଖରେ ପକାଇଦେବା।
5ଆଉ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣର ଶବ ସେମାନଙ୍କ ପ୍ରତିମାଗଣର ସମ୍ମୁଖରେ ରଖିବା ଓ ତୁମ୍ଭମାନଙ୍କର ଅସ୍ଥିସବୁ ଆମ୍ଭେ ତୁମ୍ଭମାନଙ୍କ ଯଜ୍ଞବେଦିମାନର ଚାରିଆଡ଼େ ବିଞ୍ଚି ଦେବା।
6ତୁମ୍ଭମାନଙ୍କର ଯାବତୀୟ ବସତି ସ୍ଥାନର ନଗରସକଳ ଉତ୍ସନ୍ନ ହେବ ଓ ଉଚ୍ଚସ୍ଥଳୀସବୁ ଧ୍ୱଂସ ହେବ, ତହିଁରେ ତୁମ୍ଭମାନଙ୍କର ଯଜ୍ଞବେଦିସବୁ ଉତ୍ସନ୍ନ, ଧ୍ୱଂସ ହେବ ଓ ତୁମ୍ଭମାନଙ୍କର ଦେବତାଗଣ ଭଗ୍ନ ଓ ରହିତ ହେବେ ଓ ତୁମ୍ଭମାନଙ୍କର ସୂର୍ଯ୍ୟପ୍ରତିମାଗଣ ଉଚ୍ଛିନ୍ନ ହେବେ, ଆଉ ତୁମ୍ଭମାନଙ୍କର ହସ୍ତକୃତ କର୍ମସବୁ ଲୁପ୍ତ ହେବ।
7ପୁଣି, ହତ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପତିତ ହେବେ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।