ଯିହିଜିକଲ 7

ଆହୁରି, ସଦାପ୍ରଭୁଙ୍କ ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;

Ezekiel 7:1 (UKJV) Moreover the word of the LORD came unto me, saying,

1ଆହୁରି, ସଦାପ୍ରଭୁଙ୍କ ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;

2“ହେ ମନୁଷ୍ୟ-ସନ୍ତାନ, ପ୍ରଭୁ, ସଦାପ୍ରଭୁ ଇସ୍ରାଏଲ ଦେଶ ପ୍ରତି କହନ୍ତି; ଅନ୍ତିମକାଳ, ଦେଶର ଚାରି କୋଣରେ ଅନ୍ତିମକାଳ ଉପସ୍ଥିତ ହୋଇଅଛି।

3ଏବେ ତୁମ୍ଭର ଅନ୍ତିମକାଳ ଉପସ୍ଥିତ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା କ୍ରୋଧ ପ୍ରେରଣ କରିବା ଓ ତୁମ୍ଭର ଆଚରଣାନୁସାରେ ତୁମ୍ଭର ବିଚାର କରିବା ଓ ତୁମ୍ଭର ଘୃଣାଯୋଗ୍ୟ ସକଳ କର୍ମର ଫଳ ତୁମ୍ଭ ଉପରେ ବର୍ତ୍ତାଇବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.