ଯିହିଜିକଲ 7

ଦେଖ, ସେହି ଦିନ, ଦେଖ, ତାହା ଆସୁଅଛି; ତୁମ୍ଭର ଶେଷ ବିଚାରାଜ୍ଞା ନିର୍ଗତ ହେଲା; ଯଷ୍ଟି ପୁଷ୍ପିତ ହୋଇଅଛି, ଅହଙ୍କାର ଅଙ୍କୁରିତ ହୋଇଅଛି।

Ezekiel 7:10 (UKJV) Behold the day, behold, it has come: the morning is gone forth; the rod has blossomed, pride has budded.

8ଏବେ ଆମ୍ଭେ ଅବିଳମ୍ବରେ ଆମ୍ଭର କୋପ ତୁମ୍ଭ ଉପରେ ଢାଳି ଦେବା ଓ ତୁମ୍ଭ ବିରୁଦ୍ଧରେ ଆପଣା କ୍ରୋଧ ସଫଳ କରିବା, ଆଉ ତୁମ୍ଭର ଆଚରଣାନୁସାରେ ତୁମ୍ଭର ବିଚାର କରିବା; ଆମ୍ଭେ ତୁମ୍ଭର ଘୃଣାଯୋଗ୍ୟ ସକଳ କ୍ରିୟାର ଫଳ ତୁମ୍ଭ ଉପରେ ବର୍ତ୍ତାଇବା।

9ପୁଣି, ଆମ୍ଭେ ଚକ୍ଷୁଲଜ୍ଜା କରିବା ନାହିଁ; କିଅବା ଦୟା କରିବା ନାହିଁ; ଆମ୍ଭେ ତୁମ୍ଭର ଆଚରଣାନୁସାରେ ତୁମ୍ଭ ଉପରେ ଫଳ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସକଳ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ସଦାପ୍ରଭୁ ଆଘାତ କରୁ, ଏହା ତୁମ୍ଭେମାନେ ଜାଣିବ।

10ଦେଖ, ସେହି ଦିନ, ଦେଖ, ତାହା ଆସୁଅଛି; ତୁମ୍ଭର ଶେଷ ବିଚାରାଜ୍ଞା ନିର୍ଗତ ହେଲା; ଯଷ୍ଟି ପୁଷ୍ପିତ ହୋଇଅଛି, ଅହଙ୍କାର ଅଙ୍କୁରିତ ହୋଇଅଛି।

11ଦୌରାତ୍ମ୍ୟ ବଢ଼ି ଉଠି ଦୁଷ୍ଟତାରୂପ ଯଷ୍ଟି ହୋଇଅଛି; ସେମାନଙ୍କର କେହି କିଅବା ସେମାନଙ୍କର ଲୋକସମୂହ କିଅବା ସେମାନଙ୍କର ଧନ ରହିବ ନାହିଁ; ଅଥବା ସେମାନଙ୍କ ମଧ୍ୟରେ ଶ୍ରେଷ୍ଠତା ରହିବ ନାହିଁ।

12ସମୟ ଉପସ୍ଥିତ ହେଲା, ଦିନ ନିକଟବର୍ତ୍ତୀ ହେଉଅଛି; କ୍ରୟକାରୀ ଆନନ୍ଦ ନ କରୁ ଓ ବିକ୍ରୟକାରୀ ଶୋକ ନ କରୁ; କାରଣ ସେହି ସ୍ଥାନର ସମସ୍ତ ଲୋକସମୂହ ଉପରେ କୋପ ଉପସ୍ଥିତ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.