ଯିହିଜିକଲ 7

ସମୟ ଉପସ୍ଥିତ ହେଲା, ଦିନ ନିକଟବର୍ତ୍ତୀ ହେଉଅଛି; କ୍ରୟକାରୀ ଆନନ୍ଦ ନ କରୁ ଓ ବିକ୍ରୟକାରୀ ଶୋକ ନ କରୁ; କାରଣ ସେହି ସ୍ଥାନର ସମସ୍ତ ଲୋକସମୂହ ଉପରେ କୋପ ଉପସ୍ଥିତ।

Ezekiel 7:12 (UKJV) The time has come, the day draws near: let not the buyer rejoice, nor the seller mourn: for wrath is upon all the multitude thereof.

10ଦେଖ, ସେହି ଦିନ, ଦେଖ, ତାହା ଆସୁଅଛି; ତୁମ୍ଭର ଶେଷ ବିଚାରାଜ୍ଞା ନିର୍ଗତ ହେଲା; ଯଷ୍ଟି ପୁଷ୍ପିତ ହୋଇଅଛି, ଅହଙ୍କାର ଅଙ୍କୁରିତ ହୋଇଅଛି।

11ଦୌରାତ୍ମ୍ୟ ବଢ଼ି ଉଠି ଦୁଷ୍ଟତାରୂପ ଯଷ୍ଟି ହୋଇଅଛି; ସେମାନଙ୍କର କେହି କିଅବା ସେମାନଙ୍କର ଲୋକସମୂହ କିଅବା ସେମାନଙ୍କର ଧନ ରହିବ ନାହିଁ; ଅଥବା ସେମାନଙ୍କ ମଧ୍ୟରେ ଶ୍ରେଷ୍ଠତା ରହିବ ନାହିଁ।

12ସମୟ ଉପସ୍ଥିତ ହେଲା, ଦିନ ନିକଟବର୍ତ୍ତୀ ହେଉଅଛି; କ୍ରୟକାରୀ ଆନନ୍ଦ ନ କରୁ ଓ ବିକ୍ରୟକାରୀ ଶୋକ ନ କରୁ; କାରଣ ସେହି ସ୍ଥାନର ସମସ୍ତ ଲୋକସମୂହ ଉପରେ କୋପ ଉପସ୍ଥିତ।

13ଯେହେତୁ ସେମାନେ ଜୀବିତ ଥିଲେ ହେଁ ବିକ୍ରୟକାରୀ ବିକ୍ରୀତ ଅଧିକାରକୁ ଫେରିଯିବ ନାହିଁ; କାରଣ ଏହି ଦର୍ଶନ ସେହି ସ୍ଥାନସ୍ଥ ସମୁଦାୟ ଲୋକସମୂହ ବିଷୟକ ଅଟେ, କେହି ଫେରିଯିବେ ନାହିଁ; ପୁଣି, ଆପଣା ଜୀବନର ଅଧର୍ମରେ କେହି ଆପଣାକୁ ସବଳ କରିବେ ନାହିଁ।

14ସେମାନେ ତୂରୀ ବଜାଇ ସବୁ ପ୍ରସ୍ତୁତ କରିଅଛନ୍ତି; ମାତ୍ର କେହି ଯୁଦ୍ଧକୁ ଯାଏ ନାହିଁ; କାରଣ ସେହି ସ୍ଥାନର ସମସ୍ତ ଲୋକସମୂହ ଉପରେ ଆମ୍ଭର କୋପ ଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.