13ଯେହେତୁ ସେମାନେ ଜୀବିତ ଥିଲେ ହେଁ ବିକ୍ରୟକାରୀ ବିକ୍ରୀତ ଅଧିକାରକୁ ଫେରିଯିବ ନାହିଁ; କାରଣ ଏହି ଦର୍ଶନ ସେହି ସ୍ଥାନସ୍ଥ ସମୁଦାୟ ଲୋକସମୂହ ବିଷୟକ ଅଟେ, କେହି ଫେରିଯିବେ ନାହିଁ; ପୁଣି, ଆପଣା ଜୀବନର ଅଧର୍ମରେ କେହି ଆପଣାକୁ ସବଳ କରିବେ ନାହିଁ।
14ସେମାନେ ତୂରୀ ବଜାଇ ସବୁ ପ୍ରସ୍ତୁତ କରିଅଛନ୍ତି; ମାତ୍ର କେହି ଯୁଦ୍ଧକୁ ଯାଏ ନାହିଁ; କାରଣ ସେହି ସ୍ଥାନର ସମସ୍ତ ଲୋକସମୂହ ଉପରେ ଆମ୍ଭର କୋପ ଅଛି।
15ବାହାରେ ଖଡ୍ଗ, ଭିତରେ ମହାମାରୀ ଓ ଦୁର୍ଭିକ୍ଷ ଅଛି; ଯେଉଁ ଲୋକ କ୍ଷେତ୍ରରେ ଅଛି, ସେ ଖଡ୍ଗରେ ମରିବ ଓ ଯେ ନଗର ମଧ୍ୟରେ ଅଛି, ଦୁର୍ଭିକ୍ଷ ଓ ମହାମାରୀ ତାକୁ ଗ୍ରାସ କରିବ।
16ମାତ୍ର ସେମାନଙ୍କ ମଧ୍ୟରୁ ଯେଉଁମାନେ ପଳାନ୍ତି, ସେମାନେ ରକ୍ଷା ପାଇବେ ଓ ଉପତ୍ୟକାର ଘୁଘୁ ପରି ପର୍ବତରେ ସମସ୍ତେ ବିଳାପ କରିବେ, ପ୍ରତ୍ୟେକେ ଆପଣା ଆପଣା ଅଧର୍ମ ହେତୁ ବିଳାପ କରିବେ।
17ସମସ୍ତଙ୍କର ହସ୍ତ ଦୁର୍ବଳ ହେବ, ସମସ୍ତଙ୍କର ଆଣ୍ଠୁ ଜଳ ପରି ଦୁର୍ବଳ ହେବ।