15ବାହାରେ ଖଡ୍ଗ, ଭିତରେ ମହାମାରୀ ଓ ଦୁର୍ଭିକ୍ଷ ଅଛି; ଯେଉଁ ଲୋକ କ୍ଷେତ୍ରରେ ଅଛି, ସେ ଖଡ୍ଗରେ ମରିବ ଓ ଯେ ନଗର ମଧ୍ୟରେ ଅଛି, ଦୁର୍ଭିକ୍ଷ ଓ ମହାମାରୀ ତାକୁ ଗ୍ରାସ କରିବ।
16ମାତ୍ର ସେମାନଙ୍କ ମଧ୍ୟରୁ ଯେଉଁମାନେ ପଳାନ୍ତି, ସେମାନେ ରକ୍ଷା ପାଇବେ ଓ ଉପତ୍ୟକାର ଘୁଘୁ ପରି ପର୍ବତରେ ସମସ୍ତେ ବିଳାପ କରିବେ, ପ୍ରତ୍ୟେକେ ଆପଣା ଆପଣା ଅଧର୍ମ ହେତୁ ବିଳାପ କରିବେ।
17ସମସ୍ତଙ୍କର ହସ୍ତ ଦୁର୍ବଳ ହେବ, ସମସ୍ତଙ୍କର ଆଣ୍ଠୁ ଜଳ ପରି ଦୁର୍ବଳ ହେବ।
18ମଧ୍ୟ ସେମାନେ କଟିଦେଶରେ ଚଟବସ୍ତ୍ର ବାନ୍ଧିବେ ଓ ମହାଶଙ୍କା ସେମାନଙ୍କୁ ଆଚ୍ଛନ୍ନ କରିବ; ଆଉ, ସମସ୍ତଙ୍କ ମୁଖ ଲଜ୍ଜିତ ହେବ ଓ ସମସ୍ତଙ୍କର ମସ୍ତକ ଟାଙ୍ଗରା ହେବ।
19ସେମାନେ ଆପଣା ଆପଣା ରୂପା ଦାଣ୍ଡରେ ପକାଇଦେବେ ଓ ସେମାନଙ୍କର ସୁନା ଅଶୁଚି ବସ୍ତୁ ତୁଲ୍ୟ ହେବ; ସଦାପ୍ରଭୁଙ୍କ କୋପର ଦିନରେ ସେମାନଙ୍କର ରୂପା ଓ ସୁନା ସେମାନଙ୍କୁ ରକ୍ଷା କରି ପାରିବ ନାହିଁ; ତାହା ସେମାନଙ୍କ ପ୍ରାଣକୁ ତୃପ୍ତ କିଅବା ଉଦର ପୂର୍ଣ୍ଣ କରିବ ନାହିଁ; କାରଣ ତାହା ହିଁ ସେମାନଙ୍କର ଅଧର୍ମଜନକ ବିଘ୍ନ ହୋଇଅଛି।