ଯିହିଜିକଲ 7

ସେ ଆପଣାର ଶୋଭାରୂପ ଅଳଙ୍କାର ମହତ୍ତ୍ୱରେ ସ୍ଥାପନ କଲେ; ମାତ୍ର ସେମାନେ ତହିଁ ମଧ୍ୟରେ ଆପଣାମାନଙ୍କର ଅଶୁଚି ଓ ଘୃଣାଯୋଗ୍ୟ ପ୍ରତିମାଗଣ ନିର୍ମାଣ କଲେ; ଏହେତୁ ଆମ୍ଭେ ତାହା ସେମାନଙ୍କ ପ୍ରତି ଅଶୁଚି ବସ୍ତୁ ସ୍ୱରୂପ କରିଅଛୁ।

Ezekiel 7:20 (UKJV) As for the beauty of his ornament, he set it in majesty: but they made the images of their abominations and of their detestable things therein: therefore have I set it far from them.

18ମଧ୍ୟ ସେମାନେ କଟିଦେଶରେ ଚଟବସ୍ତ୍ର ବାନ୍ଧିବେ ଓ ମହାଶଙ୍କା ସେମାନଙ୍କୁ ଆଚ୍ଛନ୍ନ କରିବ; ଆଉ, ସମସ୍ତଙ୍କ ମୁଖ ଲଜ୍ଜିତ ହେବ ଓ ସମସ୍ତଙ୍କର ମସ୍ତକ ଟାଙ୍ଗରା ହେବ।

19ସେମାନେ ଆପଣା ଆପଣା ରୂପା ଦାଣ୍ଡରେ ପକାଇଦେବେ ଓ ସେମାନଙ୍କର ସୁନା ଅଶୁଚି ବସ୍ତୁ ତୁଲ୍ୟ ହେବ; ସଦାପ୍ରଭୁଙ୍କ କୋପର ଦିନରେ ସେମାନଙ୍କର ରୂପା ଓ ସୁନା ସେମାନଙ୍କୁ ରକ୍ଷା କରି ପାରିବ ନାହିଁ; ତାହା ସେମାନଙ୍କ ପ୍ରାଣକୁ ତୃପ୍ତ କିଅବା ଉଦର ପୂର୍ଣ୍ଣ କରିବ ନାହିଁ; କାରଣ ତାହା ହିଁ ସେମାନଙ୍କର ଅଧର୍ମଜନକ ବିଘ୍ନ ହୋଇଅଛି।

20ସେ ଆପଣାର ଶୋଭାରୂପ ଅଳଙ୍କାର ମହତ୍ତ୍ୱରେ ସ୍ଥାପନ କଲେ; ମାତ୍ର ସେମାନେ ତହିଁ ମଧ୍ୟରେ ଆପଣାମାନଙ୍କର ଅଶୁଚି ଓ ଘୃଣାଯୋଗ୍ୟ ପ୍ରତିମାଗଣ ନିର୍ମାଣ କଲେ; ଏହେତୁ ଆମ୍ଭେ ତାହା ସେମାନଙ୍କ ପ୍ରତି ଅଶୁଚି ବସ୍ତୁ ସ୍ୱରୂପ କରିଅଛୁ।

21ପୁଣି, ଆମ୍ଭେ ତାହା ମୃଗୟା ସ୍ୱରୂପେ ବିଦେଶୀମାନଙ୍କର ଓ ଲୁଟିତ ଦ୍ରବ୍ୟ ସ୍ୱରୂପେ ପୃଥିବୀର ଦୁଷ୍ଟମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନେ ତାହା ଅପବିତ୍ର କରିବେ।

22ଆହୁରି, ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଫେରାଇବା, ତହିଁରେ ସେମାନେ ଆମ୍ଭର ନିଭୃତ ସ୍ଥାନ ଅପବିତ୍ର କରିବେ; ଆଉ, ଡକାୟତମାନେ ତହିଁ ମଧ୍ୟରେ ପ୍ରବେଶ କରି ତାହା ଅପବିତ୍ର କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.