21ପୁଣି, ଆମ୍ଭେ ତାହା ମୃଗୟା ସ୍ୱରୂପେ ବିଦେଶୀମାନଙ୍କର ଓ ଲୁଟିତ ଦ୍ରବ୍ୟ ସ୍ୱରୂପେ ପୃଥିବୀର ଦୁଷ୍ଟମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନେ ତାହା ଅପବିତ୍ର କରିବେ।
22ଆହୁରି, ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଫେରାଇବା, ତହିଁରେ ସେମାନେ ଆମ୍ଭର ନିଭୃତ ସ୍ଥାନ ଅପବିତ୍ର କରିବେ; ଆଉ, ଡକାୟତମାନେ ତହିଁ ମଧ୍ୟରେ ପ୍ରବେଶ କରି ତାହା ଅପବିତ୍ର କରିବେ।
23ଶିକୁଳି ପ୍ରସ୍ତୁତ କର; କାରଣ ରକ୍ତପାତରୂପ ଅପରାଧରେ ଦେଶ ପରିପୂର୍ଣ୍ଣ ଓ ଦୌରାତ୍ମ୍ୟରେ ନଗର ପରିପୂର୍ଣ୍ଣ ଅଟେ।
24ଏଥିପାଇଁ ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଦୁଷ୍ଟତମ ଲୋକଙ୍କୁ ଆଣିବା, ତହିଁରେ ସେମାନେ ଏମାନଙ୍କର ଗୃହସବୁ ଅଧିକାର କରିବେ; ମଧ୍ୟ ଆମ୍ଭେ ବଳବାନମାନଙ୍କର ଦର୍ପ ଚୂର୍ଣ୍ଣ କରିବା; ତହିଁରେ ସେମାନଙ୍କର ପବିତ୍ର ସ୍ଥାନସବୁ ଅପବିତ୍ର ହେବ।
25ବିନାଶ ଆସୁଅଛି; ସେମାନେ ଶାନ୍ତି ଅନ୍ଵେଷଣ କରିବେ; ପୁଣି, କିଛି ପାଇବେ ନାହିଁ।